ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୨୦୨୧ ଓ ୨୦୨୨ ମସିହା ପାଇଁ ରାଜ୍ୟର ୩୦ ଜଣ ବୈଜ୍ଞାନିକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ବିଜ୍ଞାନର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ବୈଜ୍ଞାନିକମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା। ବିଭାଗୀୟ ପ୍ରମୁଖ ଶାସନ ସଚିବ ଚିତ୍ରା ଆରୁମୁଗମ୍ ସମ୍ବର୍ଦ୍ଧନା ଉତ୍ସବରେ ଯୋଗ ଦେଇଥିଲେ।

୨୦୨୧ ମସିହା ପାଇଁ ୪ ଜଣ ବୈଜ୍ଞାନିକଙ୍କୁ ‘ସାମନ୍ତ ଚନ୍ଦ୍ରଶେଖର ପୁରସ୍କାର’ ପ୍ରଦାନ କରାଯାଇଥିବା ବେଳେ ୨୦୨୨ ମସିହା ପାଇଁ ୩ ଜଣ ବୈଜ୍ଞାନିକଙ୍କୁ ‘ସାମନ୍ତ ଚନ୍ଦ୍ରଶେଖର ପୁରସ୍କାର’ ପ୍ରଦାନ କରାଯାଇଛି। ୨୦୨୨ ମସିହା ପାଇଁ ପ୍ରଫେସର ବିଦ୍ୟୁତ କୁମାର ଦାସଙ୍କୁ ‘ବିଜୁ ପଟ୍ଟନାୟକ ପୁରସ୍କାର’ ପ୍ରଦାନ କରାଯାଇଛି। ସେହିପରି  ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକଙ୍କୁ ‘ପ୍ରାଣକୃଷ୍ଣ ପରିଜା ବିଜ୍ଞାନ ପୁସ୍ତକ ପୁରସ୍କାର’ ପ୍ରଦାନ କରାଯାଇଛି।

ପ୍ରତିବର୍ଷ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ବୈଜ୍ଞାନିକ ସମ୍ବର୍ଦ୍ଧନା ଏବଂ ପୁରସ୍କାର ପ୍ରଦାନ ଉତ୍ସବର ଆୟୋଜନ କରାଯାଇ ବିଜ୍ଞାନର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ବୈଜ୍ଞାନୀକମାନଙ୍କୁ ପୁରସ୍କୃତ କରାଯାଉଛି।

Tags: #Odisha #Science #Scientists #OdishaBigyanAcademy

LEAVE A REPLY

Please enter your comment!
Please enter your name here