ଓଡ଼ିଶାଲାଇଭ୍ ବ୍ୟୁରୋ

ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ଵାରଶୁଣୀ ଘାଟିରେ ବୁଧବାର ସକାଳେ ଯାତ୍ରାପାର୍ଟି ଟ୍ରକ୍ ଓଲଟି ୬ ଜଣଙ୍କର ମୃତ୍ୟୁକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ମୃତକଙ୍କ ଶୋକସନ୍ତପ୍ତ କରିବାର ପ୍ରତି ସମବେଦନା ଜଣାଇଛନ୍ତି।

ଦୁର୍ଘଟଣାରେ ପ୍ରାଣ ହରାଇଥିବା ୬ ଜଣଙ୍କ ପରିବାର ଲାଗି ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହା ସହ ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ରାଜ୍ୟ ସରକାର ନିର୍ଦେଶ ଦେଇଛନ୍ତି।

ଧଉଳି ଗଣନାଟ୍ୟର ଏକ ଟ୍ରକ ଯାତ୍ରାପାର୍ଟିର ଲାଇଟ ସରଞ୍ଜାମ ନେଇ ମୟୂରଭଞ୍ଜ ରାଇରଙ୍ଗପୁରରୁ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଅଭିମୁଖେ ୪୯ ନମ୍ବର ଜାତୀୟ ରାଜପଥରେ ଯାଉଥିଲା। ବୁଧବାର ସକାଳେ ଦ୍ଵାରଶୁଣୀ ଘାଟିରେ ଭାରସାମ୍ୟ ହରାଇ ଟ୍ରକଟି ଓଲଟି ପଡ଼ିଥିଲା। ଫଳରେ ୬ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ୭ ଜଣ ଗୁରୁତର ଆହତ ହୋଇ ଚିକିତ୍ସା ପାଇଁ ବାରିପଦା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

Tags: #Accident #Mayurbhanj #ExGratia amount #DwarsuniGhati #Death #Odisha

Comment