ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଅଦିନିଆ ବର୍ଷା ସାଙ୍ଗକୁ ପୁଣି ବଢ଼ିଛି ଶୀତର ପ୍ରକୋପ। ଉତ୍ତର-ପଶ୍ଚିମା ପବନ ସାଙ୍ଗକୁ ଗୁରୁଚାପ ଏବଂ ନିମ୍ନରେଖା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଛି। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଉତ୍ତର, ଆଭ୍ୟନ୍ତରିଣ ଏବଂ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ବଲାଙ୍ଗିର, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାକୁ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ହାରାହାରି ୭.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହା ସ୍ଵାଭାବିକ ବର୍ଷା ତୁଳନାରେ ୪,୬୬୬ ପ୍ରତିଶତ ଅଧିକ ରେକର୍ଡ କରାଯାଇଥିବା ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ କୋରେଇରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରେକର୍ଡ କରାଯାଇଛି। ବର୍ତ୍ତମାନ ରାଜ୍ୟରେ କୋହଲା ପାଗ ସାଙ୍ଗକୁ ବର୍ଷା ଜାରି ରହିଥିବାରୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି।

Tags: #Weather #WeatherUpdater #Rainfall #ColdWeather #Odisha

LEAVE A REPLY

Please enter your comment!
Please enter your name here