ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାକୁ ପୁଣି ଫେରିଛି ଶୀତ। ରାଜ୍ୟର ସବୁଠାରୁ ଶୀତୁଅ ସହର ପାଲଟିଛି ଜି.ଉଦୟଗିରି। ଏଠାରେ ରାତିର ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ରେକର୍ଡ କରାଯାଇଛି। ଏହା ସହିତ ୧୦ଟି ସହରରେ ରାତି ତାପମାତ୍ରା ୧୧ ଡଗ୍ରୀ ତଳେ ରହିଥିବା ରେକର୍ଡ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନ କୁହୁଡ଼ି ନେଇ ରାଜ୍ୟର ୨୩ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଢେଙ୍କାନାଳ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର ଓ ସୋନପୁର। ଏହି ଜିଲ୍ଲାଗୁଡ଼ିକରେ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ରହିବା ନେଇ ଆକଳନ କରାଯାଇଛି।

ସେହିପରି ଜାନୁଆରି ୩୦ରୁ ୩୧ ତାରିଖ ମଧ୍ୟରେ ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, ଅନୁଗୁଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକରେ ଦୃଶ୍ୟମାନ ଦୂରତା ୫୦ ମିଟର ରହିବା ନେଇ ପୂର୍ବାନୁମାନ କରାଯାଇଛି।

Tags: #Weather #WeatherUpdates #Odisha #FogWarning

Comment