ଓଡ଼ିଶାଲାଇଭ୍ ବ୍ୟୁରୋ

ବଢ଼ିଲା କାଳିଆ ଛାତ୍ରବୃତ୍ତି ଅନଲାଇନ ଆବେଦନ ପାଇଁ ସମୟ ସୀମା। ଆସନ୍ତା ଫେବ୍ରୁଆରି ୮ ତାରିଖ ପର୍ଯ୍ୟନ୍ତ  କାଳିଆ ଛାତ୍ରବୃତ୍ତି ପାଇଁ ଅନଲାଇନରେ ଆବେଦନ କରିହେବ।

ଅନଲାଇନ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ ସମୟ ସୀମା ୨୦୨୪ ଜାନୁଆରି ୩୧ ତାରିଖ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଏହାକୁ ଆସନ୍ତା ଫେବ୍ରୁଆରି ୮ ତାରିଖକୁ ବୃଦ୍ଧି କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ସମୟ ସୀମା ବୃଦ୍ଧି ପ୍ରସ୍ତାବକୁ ଅନୁମୋଦ ଦେଇଛନ୍ତି ରାଜ୍ୟ ସରକାର।

ନୂତନ କାର୍ଯ୍ୟସୂଚୀ ଅନୁଯାୟୀ କାଳିଆ ଯୋଜନା ହିତାଧିକାରୀଙ୍କ ପିଲାମାନେ ରାଜ୍ୟର ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଏବଂ ପ୍ରିମିୟର ଶିକ୍ଷାନୁଷ୍ଠାନରେ ବୈଷୟିକ ଶିକ୍ଷାନୁଷ୍ଠାନ ନିମନ୍ତେ କାଳିଆ ଛାତ୍ରବୃତ୍ତି ପାଇବା ପାଇଁ ‘କମନ ସ୍କଲାରସିପ ପୋର୍ଟାଲ’ରେ ଅନଲାଇନରେ ଆବେଦନ କରିପାରିବେ।

ପରିବର୍ଦ୍ଧିତ କାଳିଆ ଛାତ୍ରବୃତ୍ତି ମାର୍ଗଦର୍ଶିକା  ଅନୁଯାୟୀ ଜାନୁଆରି ୯ରୁ ୩୧ ତାରିଖ ପର୍ଯ୍ୟନ୍ତ ଏହି ପୋର୍ଟାଲ  ଖୋଲା ରଖିବା ପାଇଁ ସମୟ ସୀମା ଧାର୍ଯ୍ୟ କରାଯାଇଥିଲା। ମାତ୍ର କାଳିଆ ଛାତ୍ରବୃତ୍ତି ନିମନ୍ତେ ପିଲାମାନଙ୍କ ମଧ୍ୟରେ ଆଗ୍ରହ ଏବଂ ଆବେଦନ ସମୟ ସୀମା ବୃଦ୍ଧି କରିବାକୁ ଅନେକ ଛାତ୍ରଛାତ୍ରୀ ଅନୁରୋଧ କରିଥିଲେ। ଏହାକୁ  ଦୃଷ୍ଟିରେ ରଖି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ  ପରାମର୍ଶ କ୍ରମେ ଅନଲାଇନ ଆବେଦନ ସମୟସୀମା ଫେବୃଆରି ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି ପାଇଁ ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଥିଲା।

Tags: #Education #Scholarship #OnlineApplication #KaliaScholarship2024

LEAVE A REPLY

Please enter your comment!
Please enter your name here