ଓଡ଼ିଶାଲାଇଭ୍ ବ୍ୟୁରୋ

ଜେଲ ଗଲେ ଜମି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ଵାରା ଗିରଫ ହୋଇଥିବା ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ୬୦୦ କୋଟିରୁ ଅଧିକ ଟଙ୍କା ମୂଲ୍ୟର ଜମି ଦୁର୍ନୀତି ମାମଲାରେ ବୁଧବାର ଦିନ ହେମନ୍ତ ସୋରେନଙ୍କୁ ଗିରଫ କରାଯାଇଥିଲା।

ହେମନ୍ତ ସୋରେନ ଗିରଫ ହେବା ପରେ ତାଙ୍କୁ ରାଞ୍ଚିସ୍ଥିତ ପିଏମଏଲଏ କୋର୍ଟରେ ହାଜର କରାଯାଇଥିଲା। ହେମନ୍ତ ସୋରେନଙ୍କୁ ୧୦ ଦିନ ପାଇଁ ରିମାଣ୍ଡରେ ନେବାକୁ ଇଡି ପକ୍ଷରୁ ଆବେଦନ କରାଯାଇଥିଲା। କୋର୍ଟ ରାୟ ସଂରକ୍ଷିତ ରଖିବା ସହ ହେମନ୍ତ ସୋରେସନଙ୍କୁ ଗୋଟିଏ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି।

ନିଜର ଗିରଫଦାରୀ ବିରୋଧରେ ହେମନ୍ତ ସୋରେନ ଗୁରୁବାର ଦିନ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଶୁକ୍ରବାର ଦିନ ଏହି ଆବେଦନ ଉପରେ ଶୁଣାଣି ହେବାର ଅଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ପିଏମଏଲଏ କୋର୍ଟ ରିମାଣ୍ଡ ଆବେଦନ ଉପରେ ଶୁଣାଣି କରିବେ। ମାମଲାର ଶୁଣାଣି ଶେଷ ନହେବା ଯାଏଁ ହେମନ୍ତ ସୋରେନ ଜେଲରେ ରହିବେ।

Tags: #Politics #HemantSoren #Jail #EDAction #HemantSorenArrested

Comment