ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟ ଶାସନ ସଚିବଙ୍କ ସମେତ ପୋଲିସ ଡିଜି ଓ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ।

ପୂର୍ବରୁ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଥିଲେ। ଏବେ ଜଷ୍ଟିସ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ଵରେ ରହିଥିଲେ।

ଜଷ୍ଟିସ ଶରଣ ସିଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ ୧୯୯୦ ମସିହା ଜାନୁଆରି ମାସରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ୨୨ ବର୍ଷ ଧରି କାର୍ଯ୍ୟ କରିଛନ୍ତି। ୨୦୧୨ ଏପ୍ରିଲ ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। 

Tags: #OrissaHightCourt #JusticeChakradhariSharanSing #OathTakingCeremony #Odisha

LEAVE A REPLY

Please enter your comment!
Please enter your name here