ଓଡ଼ିଶାଲାଇଭ୍ ବ୍ୟୁରୋ

ଫେବ୍ରୁଆରି ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଯୁକ୍ତ ୨ ବାର୍ଷିକ ପରୀକ୍ଷା। ଏହି ପରୀକ୍ଷା ଫେବ୍ରୁଆରି ୧୬ରୁ ଆସନ୍ତା ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।

ଚଳିତ ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବା ଲାଗି ଉଚ୍ଚ ମାଧ୍ୟମିକ ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଯୁକ୍ତ ୨ ବାର୍ଷିକ ପରୀକ୍ଷା ପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଶେଷ ହୋଇଛି।

କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ଵାର୍ଡ ବ୍ୟବସ୍ଥା କରାଯାଇଛି। ଏହା ସହ ସମସ୍ତ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସିସିଟିଭି ବ୍ୟବସ୍ଥା ହୋଇଛି।

Tags: #Education #Examination #+2Exam #Odisha

Comment