ଓଡ଼ିଶାଲାଇଭ୍ ବ୍ୟୁରୋ

ଘରୋଇ ଉପଭୋକ୍ତାଙ୍କ ପାଇଁ ଖୁସି ଖବର। ଗ୍ରୀଷ୍ମଋତୁ ପୂର୍ବରୁ କମିଲା ବିଜୁଳି ଦର। ଓଡ଼ିଶା ଇଲେକ୍ଟ୍ରିସିଟି ରେଗୁଲେଟରି କମିଶନ (ଓଇଆରସି) ମଙ୍ଗଳବାର ଦିନ ଘରୋଇ ଉପଭୋକ୍ତାଙ୍କ ପାଇଁ ବିଜୁଳି ଦର ହ୍ରାସ କରିଛନ୍ତି।
ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତ୍ୟେକ ସ୍ଲାବରେ ୧୦ ପଇସା ହ୍ରାସ କରାଯାଇଛି। ଘରୋଇ ବ୍ୟତୀତ ଅନ୍ୟ ସମସ୍ତ କାଟେଗୋରେରେ ଦର ଅପରିବର୍ତ୍ତିତ ରହିଛି। ବିପିଏଲ୍ ଉପଭୋକ୍ତାଙ୍କ ପାଇଁ ମାସିକ ଦେୟ ୮୦ରୁ ୭୦ ଟଙ୍କାକୁ ହ୍ରାସ କରିଛନ୍ତି ରାଜ୍ୟ ସରକାର।
ଯେଉଁ ଉପଭୋକ୍ତାମାନେ ଇ-ବିଲ୍ ନେବେ, ସେମାନଙ୍କ ପାଇଁ ୧୦ ଟଙ୍କା ରିହାତି ଘୋଷଣା କରାଯାଇଛି। ସେହିପରି ଇଭି ଚାର୍ଜିଂ ପାଇଁ ୟୁନିଟ୍ ପିଛା ଦର ୫ ଟଙ୍କା ୫୦ରୁ ୫ ଟଙ୍କାକୁ ହ୍ରାସ କରାଯାଇଛି। ପ୍ରି-ପେଡ୍ ମିଟର ଥିବା ଉପଭୋକ୍ତାଙ୍କୁ ୪ ପ୍ରତିଶତ ରିହାତି ମିଳିବ ବୋଲି ଘୋଷଣା ହୋଇଛି।
ସେହିପରି ଶୀତଳ ଭଣ୍ଡାର ପାଇଁ ୟୁନିଟ ପିଛା ଦର ୧ ଟଙ୍କା ୬୦ ପଇସା ହ୍ରାସ ହୋଇଛି। ଅନ୍ୟପଟେ ଧାର୍ଯ୍ୟ ସମୟରେ ବିଲ୍ ଦେଲେ ଘରୋଇ ଉପଭୋକ୍ତାଙ୍କୁ ୧୦ ପଇସା ରିହାତି ମିଳିବ।
Tags: #Electricity #Odisha #DomesticConsumer #OERC #OdishaElectricityRegulatoryCommission


















