ଓଡ଼ିଶାଲାଇଭ୍ ବ୍ୟୁରୋ

ସବୁ କଳ୍ପନା ଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପଡ଼ିଲା। ଓଡ଼ିଶାରୁ ପୁଣି ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। ଏନେଇ ବୁଧବାର ଦିନ ବିଜେପି ପକ୍ଷରୁ ବିଧିବଦ୍ଧ ଘୋଷଣା କରାଯାଇଛି।

ଗତ ୨୦୧୯ ମସିହାରେ ଅଶ୍ଵିନୀ ବୈଷ୍ଣବ ବିଜେଡି ସମର୍ଥନରେ ରାଜ୍ୟସଭାକୁ ଯାଇଥିଲେ। ଚଳିତ ଥର ମଧ୍ୟ ଅଶ୍ଵିନୀ ବୈଷ୍ଣବଙ୍କୁ ସମର୍ଥନ ଦେବାକୁ ବିଜେଡି ପକ୍ଷରୁ ଘୋଷଣା କରାଯାଇଛି।

ଖାଲି ହେବାକୁ ଥିବା ୩ଟି ରାଜ୍ୟସଭା ଆସନ ପାଇଁ କଟକ-ବାରବାଟୀର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଏବଂ ପୁରୀର ଯୁବ ବିଜେଡି ନେତା ଶୁଭାଶିଷ ଖୁଣ୍ଟିଆ ମଙ୍ଗଳବାର ଦିନ ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ତୃତୀୟ ପ୍ରାର୍ଥୀଙ୍କୁ ନେଇ ସସପେନ୍ସ ଜାରି ରହିଥିବାବେଳେ ଆଶ୍ଵିନୀ ବୈଷ୍ଣବଙ୍କ ନାଁ ଘୋଷଣା କରିଛି ବିଜେପି।

ଆସନ୍ତା ଏପ୍ରିଲ ୩ ତାରିଖରେ ଓଡ଼ିଶାର ୩ ଜଣ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ ଏବଂ ଅଶ୍ଵିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ଖାଲି ହେବାକୁ ଥିବା ଏହି ୩ ଆସନ ଲାଗି ନିର୍ବାଚନ ହେବ। ଏମାନଙ୍କ ସ୍ଥାନରେ ୩ ଜଣ ଯିବେ ରାଜ୍ୟସଭା।

ଫେବ୍ରୁଆରି ୨୭ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ। ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇ ସାରିଛି। ଫେବ୍ରୁଆରି ୧୫ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ଫେବ୍ରୁଆରି ୧୬ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ଏବଂ ୨୦ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ରହିଛି।

Tags: #Politics #OdishaPolitics #AshwiniVaisanaw #Election #RajyasabhaElection #BJD #Odisha

LEAVE A REPLY

Please enter your comment!
Please enter your name here