ଓଡ଼ିଶାଲାଇଭ୍ ବ୍ୟୁରୋ

ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର। ମୁଖ୍ୟ ନିର୍ବାଚନ କମିଶନର ୮ ଜଣିଆ ପ୍ରତିନିଧି ଦଳଙ୍କ ସହ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଓଡ଼ିଶା ଗସ୍ତର ଦ୍ଵିତୀୟ ଦିନରେ ବିଭିନ୍ନ ରାଜନୈତିକ ଦଳର ନେତାଙ୍କ ସହିତ ଭେଟିବା ସହ ବୈଠକ କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର।

ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଜୋରସୋର ପ୍ରସ୍ତୁତି ଆରମ୍ଭ କରିଛନ୍ତି ବିଭିନ୍ନ ରାଜନୈତିକ ଦଳ। ଓଡ଼ିଶାରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରୁଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ପ୍ରଥମେ ବିଭିନ୍ନ ଜାତୀୟ ଓ ଆଞ୍ଚଳିକ ରାଜନୈତିକ ଦଳର କର୍ମକର୍ତ୍ତା ଏବଂ ନେତୃବୃନ୍ଦଙ୍କ ସହିତ ଆଲୋଚନା କରିବା ସହ ନିର୍ବାଚନ ଆଚରଣ ବିଧି ପାଳନ କରିବା ସମ୍ପର୍କରେ ନିର୍ବାଚନ କମିଶନଙ୍କ ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଛନ୍ତି।

ଶୁକ୍ରବାର ଦିନ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପୋଲିସ ଡିଜି, ଗୃହ ସଚିବ, ଜିଲ୍ଲାପାଳ, ପୋଲିସ ଅଧିକାରୀଙ୍କ ସହ ନିର୍ବାଚନ ଅଧିକାରୀ ଏକ ମିଳିତ ବୈଠକ କରି ନିର୍ବାଚନ ପ୍ରସ୍ତୁତି, ତାଲିମ, ଆଇନଶୃଙ୍ଖଳା ପରିସ୍ଥିତି ଏବଂ ପଦକ୍ଷେପ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି। ବିଶେଷ କରି ନିର୍ବାଚନ ସମୟରେ ସୁରକ୍ଷା ବ୍ୟବସ୍ଥା ଉପରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା।

ଆସନ୍ତାକାଲି, ଶନିବାର ଦିନ ନିର୍ବାଚନ କମିଶନଙ୍କ ପ୍ରତିନିଧି ମଣ୍ଡଳି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ରାଜ୍ୟ ପୋଲିସ ବାହିନୀ ଏବଂ କେନ୍ଦ୍ର ପୋଲିସ ବାହିନୀର ନୋଡାଲ ଅଧିକାରୀ, ପ୍ରବର୍ତ୍ତନ ସଂସ୍ଥା, ରାଜ୍ୟ ମୁଖ୍ୟ ଶାସନ ସଚିବ, ଆରକ୍ଷୀ ମହାନିର୍ଦେଶଙ୍କ ସହ ପୃଥକ୍ ପୃଥକ୍ ଭାବେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି।

Tags: #Politics #OdishaPolitics #Election #GeneralElection #ElectionReview

LEAVE A REPLY

Please enter your comment!
Please enter your name here