ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି, ଶନିବାରଠାରୁ ଓଡ଼ିଶାରେ ଆରମ୍ଭ ହୋଇଛି ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା। ଚଳିତ ବର୍ଷ କଳାରେ ମୋଟ ୨ ଲକ୍ଷ ୩୭ ହଜାର ୭୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବାବେଳେ ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି। ସେହିପରି ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୭୯୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। ଆସନ୍ତା ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ।

ସମସ୍ତ ପରୀକ୍ଷା କେନ୍ଦ୍ର ସିସିଟିଭି ନଜରରେ ରହିଛି। କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କାର୍ଡ ବ୍ୟବସ୍ଥା ହୋଇଛି। ପରୀକ୍ଷା ଲାଗି ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କୁ ଅଧିକ ଘଣ୍ଟାଏ ସମୟ ଦିଆଯିବାକୁ ନିଷ୍ପତ୍ତି ହୋଇଛି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କୌଣସି ପ୍ରଶ୍ନପତ୍ରକୁ ବିଶ୍ଵାସ ନକରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରାମର୍ଶ ଦିଆଯାଇଛି। ଶୁକ୍ରବାର ଦିନ ଯୁକ୍ତି ୨ ବିଜ୍ଞାନ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

Tags: #Examination #+2Exam #Odisha #Education #Arts #Commerce

LEAVE A REPLY

Please enter your comment!
Please enter your name here