ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତାକାଲି, ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ବିଶ୍ଵ ପ୍ରସିଦ୍ଧ ଯୋରନ୍ଦା ମେଳା। ଫେବ୍ରୁଆରି ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଏହି ମେଳା ଚାଲିବ। ମେଳା ପାଇଁ ସଜେଇ ହୋଇଛି ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମାଗାଦୀ ପୀଠ।

ମହିମାଗାଦୀ ପୀଠକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ଭକ୍ତ ଏବଂ ସାଧୁସନ୍ଥଙ୍କ ଆଗମନ ଆରମ୍ଭ ହୋଇଛି। ବିଶ୍ଵର ମଙ୍ଗଳ ନିମନ୍ତେ ଦୁଇଦିନ ଧରି ଝାଡ଼ଦୀପ ପଳିବ। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସରିବା ସହ ଟ୍ରାଫିକ ନିୟନ୍ତ୍ରଣ, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିବା ଢେଙ୍କାନାଳ ଜିଲ୍ଲାପାଳ ମନୋରଞ୍ଜନ ମଲ୍ଲିକ ସୂଚନା ଦେଇଛନ୍ତି।

Tags: #JorandaMela #Dhenkanal #JorandaMahimagadi #Odisha

LEAVE A REPLY

Please enter your comment!
Please enter your name here