ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ କିଛି ଦିନ ହେଲା ଜାରି ରହିଥିବା ତାପମାତ୍ରାରେ ସାମାନ୍ୟ ହ୍ରାସ ହେବାର ସମ୍ଭାବନା ରହିଛି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ଜିଲ୍ଲା।

ସେହିପରି ଫେବ୍ରୁଆରି ୨୪ରୁ ୨୫ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଏବଂ କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୟୋଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଫେବ୍ରୁଆରି ୨୫ରୁ ୨୬ ତାରିଖ ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଫେବ୍ରୁଆରି ୨୬ରୁ ୨୭ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ହାଲୁକା ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର।

ଫେବ୍ରୁଆରି ୨୭ରୁ ୨୮ ତାରିଖ ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ହାଲୁକା ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।  

ଫେବ୍ରୁଆରି ୨୮ରୁ ୨୯ ତାରିଖ ମଧ୍ୟରେ ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂପୁର ଓ କଟକରେ ହାଲୁକା ବର୍ଷା ହେବାର ସମ୍ଭବନା ରହିଛି।

Tags: #Rainfall #ThunderstormAndLightning #Odisha #YellowWarning #WarningForRainfall

Comment