ଓଡ଼ିଶାଲାଇଭ୍ ବ୍ୟୁରୋ

ଭାରତୀୟ ନ୍ୟାୟ ବ୍ୟବସ୍ଥାରେ ଜୁଲାଇ ୧ ତାରିଖରୁ ଲାଗୁ ହେବାକୁ ଯାଉଛି ୩ଟି ନୂଆ ଫୌଜଦାରୀ ଆଇନ। ବ୍ରିଟିଶ ଅମଳର ଆଇପିସି, ସିଆରପିସି ଏବଂ ଭାରତୀୟ ପ୍ରମାଣ ଆଇନ ବଦଳରେ ଏହି ନୂଆ ଆଇନ ଲାଗୁ ହେବ। ଏନେଇ ଶନିବାର କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।  

କେନ୍ଦ୍ର ସରକାର ଫୌଜଦାରୀ ଆଇନ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ କରିଛନ୍ତି। ୧୮୬୦ ମସିହାରୁ ପ୍ରଚଳିତ ଇଣ୍ଡିଆନ ପିନଲ୍ କୋଡ (ଆଇପିସି) ବଦଳରେ ଏବେ ଭାରତୀୟ ନ୍ୟାୟ ସଂହିତା ଲାଗୁ ହେବ। ସେହିପରି ୧୮୯୮ ମସିହାର ସିଆରପିସି ବଦଳରେ ଭାରତୀୟ ନାଗରିକ ସୁରକ୍ଷା ଓ ଭାରତୀୟ ପ୍ରମାଣ ଆଇନ (ଆଇଇଏ) ୧୮୭୨ ବଦଳରେ ଭାରତୀୟ ସାକ୍ଷ୍ୟ ଆଇନ ଲାଗୁ କରାଯିବ। 

ପୂର୍ବରୁ ଆଇପିସିରେ ୫୧୧ଟି ଧାରା ଥିଲା। ହେଲେ ଏବେ ଭାରତୀୟ ନ୍ୟାୟ ସଂହିତାରେ ମାତ୍ର ୩୫୮ ଧାରା ରହିବ। ଏଥିରେ ୨୦ଟି ନୂଆ ଧାରା ଯୋଡ଼ାଯିବା ସହ ଅନେକ ପୁରୁଣା ଧାରାକୁ ବାଦ ଦିଆଯାଇଛି। ସେହିପରି ଭାରତୀୟ ନାଗରିକ ସୁରକ୍ଷା ଓ ଭାରତୀୟ ସାକ୍ଷ୍ୟ ଆଇନରେ ମଧ୍ୟ ପରିବର୍ତ୍ତନ ଦେଖିବାକୁ ମିଳିବ।

ଭାରତର ଫୌଜଦାରୀ ଆଇନରେ ପରିବର୍ତ୍ତନ ଆଣିବା ପାଇଁ କେନ୍ଦ୍ର ସରକାର ୨୦୨୩ରେ ସାଂସଦର ଶୀତ ଅଧିବେଶନରେ ୩ଟି ବିଲ୍‌ ଆଣିଥିଲେ। ଏହା ଉଭୟ ଲୋକସଭା ଓ ରାଜ୍ୟସଭାରେ ପାରିତ ହୋଇଥିଲା। ଏହାପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଲଗୁଡ଼ିକୁ ଅନୁମୋଦନ କରିଥିଲେ।

Tags: #IndianCriminalLaw #IPC #CRPC #CriminalProcedure #JusticeSystem #India

Comment