ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ୩୪ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ଗଠନ ହେବା ସହ ୫ଟି ବିଜ୍ଞାପିତ ଅଞ୍ଚଳ ପରିଷଦକୁ ପୌର ପରିଷଦ (ମ୍ୟୁନିସିପାଲିଟି) ଭାବେ ଉନ୍ନୀତ କରିଛନ୍ତି ରାଜ୍ୟ ସରକାର।

ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ହୋଇଛି ଓ ୪ଟି ଜିଲ୍ଲାର ୫ଟି ଏନଏସିକୁ ମ୍ୟୁନିସିପାଲିଟିକୁ ଉନ୍ନୀତ କରାଯାଇଛି। ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼, ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ, ବଲାଙ୍ଗିର ଜିଲ୍ଲାର କଣ୍ଟାବାଞ୍ଜି, ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯାଇଛି।

ଗଠନ ହୋଇଥିବା ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦଗୁଡ଼ିକ ହେଲା, ଅନୁଗୋଳ ଜିଲ୍ଲାର ପାଲଲହଡ଼ା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ଼ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡ଼ା, ବଲାଙ୍ଗିର ଜିଲ୍ଲାର ବେଲପଡ଼ା ଓ ସଇଁତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମ୍ମା।

ସେହିପରି ନୂଆପଡ଼ା ଜିଲ୍ଲାର ସିନାପାଲି, ରାୟଗଡ଼ା ଜିଲ୍ଲାର ଚାନ୍ଦିଲି, ମୁନିଗୁଡ଼ା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ଼ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ଼ ଓ କୁକୁଡ଼ାଖଣ୍ଡି, ନୟାଗଡ଼ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡ଼ମ୍ବା, ନରସିଂହପୁର ଓ ନିଆଳି, ମୟୂରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ।

Tags: #Odisha #NAC #Municipality #NewNAC #OdishaGovt

LEAVE A REPLY

Please enter your comment!
Please enter your name here