ଓଡ଼ିଶାଲାଇଭ୍ ବ୍ୟୁରୋ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଆସୁଛନ୍ତି। ସେ ଯାଜପୁର ଜିଲ୍ଲା ଚଣ୍ଡିଖୋଲରେ ହେବାକୁଥିବା ସାଧାରଣ ସଭାରେ ଯୋଗ ଦେବେ। ଏନେଇ ଓଡ଼ିଶା ବିଜେପି ସହପ୍ରଭାରୀ ଲତା ଉସେଣ୍ଡି ସୂଚନା ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ପଡ଼ିଆରେ ହେବାକୁଥିବା କାର୍ଯ୍ୟକ୍ରମରେ ଯୋଗଦେବେ। ଏଠାରେ ସେ ଅନେକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଜିଲ୍ଲା ପ୍ରଶାସନ ଓ ରାଜ୍ୟ ବିଜେପି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି।

ତେବେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ନେଇ ଆଗକୁ ଅଧିକ ସୂଚନା ମିଳିବ। ଆଗାମୀ ସଧାରଣ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ରାଜ୍ୟ ରାଜନୀତିକୁ ସରଗରମ କରିବ ବୋଲି ଆଶା କରାଯାଉଛି।

ଏହା ପୂର୍ବରୁ ଫେବ୍ରୁଆରି ୩ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିଥିଲେ। ଏହି ଅବସରରେ ସେ ସମ୍ବଲପୁରରେ ହୋଇଥିବା କାର୍ଯ୍ୟକ୍ରମରେ ୬୮ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଥିଲେ। ଏଠାରେ ସେ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସର ମଧ୍ୟ ଲୋକାର୍ପଣ କରିଥିଲେ।

Tags: #PMNarendraModi #OdishaVisit #Chandikhol #BJP #Politics #Odisha

LEAVE A REPLY

Please enter your comment!
Please enter your name here