ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଖରା ବଢ଼ୁଥିବାବେଳେ ଏବେ ତାତିରୁ ସାମାନ୍ୟ ଆଶ୍ଵସ୍ତି ମିଳିବାକୁ ଯାଉଛି। ମଙ୍ଗଳବାରଠାରୁ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ମଙ୍ଗଳବାର ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ହେବ। କେନ୍ଦୁଝର, ମଯୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଢେଙ୍କାନାଳ ଆଦି ଜିଲ୍ଳାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ମାର୍ଚ୍ଚ ୭ ଓ ୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ହେଲେ ଉପକୂଳ ଓଡ଼ିଶାରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ରାଜ୍ୟରେ ଗତ କିଛି ଦିନ ହେବ ତାପମାତ୍ରା ଅଧିକ ରହୁଥିବା ଦେଖିବାକୁ ମିଳିଛି। ରାଜଧାନୀ ଭୁବନେଶ୍ୱରରେ ରବିବାର ଦିନ ତାପମାତ୍ରା ୩୬.୮ ଡିଗ୍ରୀ ରେକର୍ଡ ହୋଇଥିଲା। ସେହିପରି ରାଜ୍ୟର ୧୧ଟି ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା।

Tags: #HeatWave #TempreatureRise #Rainfall #Weather #MCBBSR #Odisha

LEAVE A REPLY

Please enter your comment!
Please enter your name here