ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତାକାଲି, ମଙ୍ଗଳବାର ଦିନ ହେଉଛି ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜୟନ୍ତୀ। ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ପ୍ରତି ନିର୍ବାଚନମଣ୍ଡଳୀ, ବ୍ଲକ, ସହରାଞ୍ଚଳ ଓ ଜିଲ୍ଲାସ୍ତରରୁ ଆରମ୍ଭ କରି ରାଜ୍ୟସ୍ତରରେ ମହାସମାରୋହରେ ପାଳନ କରାଯିବାକୁ ପ୍ରସ୍ତୁତି କରାଯାଇଛି।

ସକାଳେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହିତ ଡାକ୍ତରଖାନା, ବୃଦ୍ଧାଶ୍ରମ, ଅନାଥାଶ୍ରମ ଏବଂ ବାଳାଶ୍ରମରେ ଫଳ ବଣ୍ଟନ କରାଯିବ। ସେହିପରି ବିଜେଡି ଏବଂ ଛାତ୍ର ବିଜେଡି ତରଫରୁ ସାଇକେଲ ଶୋଭାଯାତ୍ରା ଓ ଗଣଦୌଡ଼ ଆୟୋଜନ କରାଯାଉଛି। ଅପରାହ୍ଣରେ ସାଧାରଣ ସଭା ଆୟୋଜନ କରାଯିବ।

Tags: #BijuPatnaik #BirthAnniversary #FormerOdishaCM #Odisha

Comment