ଓଡ଼ିଶାଲାଇଭ୍ ବ୍ୟୁରୋ

(ଫୁଲବାଣୀରୁ ସଦାଶିବ ପାତ୍ର): ଫୁଲବାଣୀ ସ୍ଥିତ ରାଣୀପଥର ଘାଟିରେ ବୁଧବାର ଓଏସଆରଟିସିର ଏକ ବସ୍ ଦୁର୍ଘଟଣାଗସ୍ତ ହୋଇଛି। ବସଟି ଭାରସାମ୍ୟ ହରାଇ ଘାଟିରୁ ତଳକୁ ଖସିପଡ଼ିବା ଫଳରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ବସଟି ବୁଧବାର ସକାଳେ ଫୁଲବାଣୀରୁ ଅନୁଗୁଳ ଅଭିମୁଖେ ଯାଉଥିଲା। ଏଥିରେ ୪୦ ଜଣ ଯାତ୍ରୀ ଥିଲେ। ତେବେ ରାଣୀପଥର ଘାଟି ଦେଇ ଯିବାବେଳେ ବସଟି ଘାଟିରୁ ତଳକୁ ଖସି ଯାଇଥିଲା।

ଦୁର୍ଘଟଣାର ଖବର ପାଇ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ତେବେ ବସରେ ଫସି ରହିଥିବା ଯାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ସେମାନଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା।

ତେବେ ଦୁର୍ଘଟଣାର ପ୍ରକୃତ କାରଣ ବିଷୟରେ ଏ ଯାଏଁ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। ଅନ୍ୟପଟେ ପୋଲିସ ଏହି ମାମଲାରେ ତଦନ୍ତ ଆରମ୍ଭ କରିଛି।

Tags: #BusAccident #Passengers #Phulbani #OSRTC #Odisha

Comment