ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ

ମହିଳାଙ୍କ ପ୍ରତି ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଉଛି। ମହିଳାଙ୍କ ଅଧିକାର, ସମାଜରେ ସମାନତା ପାଇଁ ସଚେତନତା ସୃଷ୍ଟି କରିବା ହିଁ ଏହି ଦିବସର ମୂଳ ଉଦ୍ଦେଶ୍ୟ ରହିଛି।

ପ୍ରତ୍ୟେକ ମହିଳା ନିଜର ଯତ୍ନ ନେବା ଅତ୍ୟନ୍ତ ଜରୁରୀ। ବିଶେଷ କରି ପିରିୟଡସ ବା ଋତୁସ୍ରାବ ବେଳେ ସଫାସୁତରା ରହିବା ନିହାତି ଦରକାର। ନଚେତ ଏହା ବିଭିନ୍ନ ରୋଗ ଓ ସଂକ୍ରମଣକୁ ଆମନ୍ତ୍ରଣ କରିଥାଏ। ଏନେଇ ପ୍ରତ୍ୟେକ ମହିଳାଙ୍କୁ ସଚେତନ ହେବାର ଆବଶ୍ୟକତା ରହିଛି।

ପିରିୟଡସ ସମୟରେ ସଫାସୁତରା ନ ରହିଲେ ବିଭିନ୍ନ ରୋଗ ହେବାର ସମ୍ଭାବନା ରହିଛି। ଏହା ମହିଳାଙ୍କ ଶରୀର ପାଇଁ ବେଶ କ୍ଷତିକାରୀ ହୋଇଥାଏ। ତେବେ ପିରିୟଡସ ବେଳେ କେମିତି ସ୍ୱଚ୍ଛତା ଓ ପରିଚ୍ଛନ୍ନତା ବଜାୟ ରଖିବେ, ଏନେଇ ବିଶିଷ୍ଟ ସ୍ତ୍ରୀ ଓ ପ୍ରସୂତୀ ରୋଗ ବିଶେଷଜ୍ଞ ଡାକ୍ତର ଲିପିକା ମହାରଣା କ’ଣ କହୁଛନ୍ତି ଆସନ୍ତୁ ଜାଣିବା ସ୍ୱାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆଇଏଫ୍‌ଆଇ ଫାଉଣ୍ଡେସନ, ସ୍ୱାସ୍ଥ୍ୟପ୍ଲସ୍‌ ଏବଂ ଓଡ଼ିଶାଲାଇଭ୍‌ର ମିଳିତ ଆନୁକୂଲ୍ୟରେ ମାର୍ଚ୍ଚ ୭ରୁ ୯ ତାରିଖ ପର୍ଯ୍ୟନ୍ତ ମହିଳାଙ୍କ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ବିଷୟରେ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ମହିଳାଙ୍କ ଜୀବନର ସମସ୍ତ ପର୍ଯ୍ୟାୟରେ ହେଉଥିବା ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟର ଯତ୍ନ ବାବଦରେ ବିଭିନ୍ନ ସଚେତନତାମୂଳକ ଭିଡିଓ ଓଡ଼ିଶାଲାଇଭ୍‌ ଏବଂ ସ୍ୱାସ୍ଥ୍ୟପ୍ଲସର ସୋସିଆଲ ଚ୍ୟାନେଲରେ ପ୍ରସାରଣ କରାଯାଉଛି। ବିଶିଷ୍ଟ ଡାକ୍ତରମାନଙ୍କର ସାକ୍ଷାତକାରକୁ ଆଧାର କରି ଏହି ଭିଡିଓ ପ୍ରସ୍ତୁତ କରାଯାଇଛି।

Tags: #InternationalWomensDay2024 #Celebration #WomenPower #Periods #Health&Hygiene #HealthAwareness #DoctorsAdvice

Comment