ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ

ମହିଳାଙ୍କ ପ୍ରତି ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଉଛି। ମହିଳାଙ୍କ ଅଧିକାର, ସମାଜରେ ସମାନତା ପାଇଁ ସଚେତନତା ସୃଷ୍ଟି କରିବା ହିଁ ଏହି ଦିବସର ମୂଳ ଲକ୍ଷ୍ୟ ରହିଛି।

ପ୍ରତ୍ୟେକ ମହିଳା କେବଳ ଶାରୀରିକ ନୁହେଁ ମାନସିକ ଭାବରେ ମଧ୍ୟ ଫିଟ୍‌ ରହିବା ନିହାତି ଜରୁରୀ। ସେଥିପାଇଁ ମହିଳାମାନେ ପ୍ରଥମେ ନିଜ ସ୍ୱାସ୍ଥ୍ୟର ଯତ୍ନ ନେବା ଆବଶ୍ୟକ।ଏଥିପାଇଁ ଖାଦ୍ୟପେୟ ପ୍ରତି ଧ୍ୟାନ, ଠିକ ସମୟରେ ଶୋଇବା, ନିୟମିତ ବ୍ୟବଧାନରେ ସ୍ୱାସ୍ଥ୍ୟ ପରୀକ୍ଷା କରିବା ତଥା ଏକ ସୁସ୍ଥ ଜୀବନଶୈଳୀ ଆପଣାଇବାର ଆବଶ୍ୟକତା ରହିଛି। ଆଜି ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆସନ୍ତୁ ପ୍ରସୂତି ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ହରପ୍ରିତ୍ କୌରଙ୍କଠାରୁ ମହିଳାଙ୍କ ସମ୍ପୂର୍ଣ୍ଣ ଯତ୍ନ ବିଷୟରେ ସବିଶେଷ ଜାଣିବା।

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆଇଏଫ୍‌ଆଇ ଫାଉଣ୍ଡେସନ, ସ୍ୱାସ୍ଥ୍ୟପ୍ଲସ୍‌ ଏବଂ ଓଡ଼ିଶାଲାଇଭ୍‌ର ମିଳିତ ଆନୁକୂଲ୍ୟରେ ମାର୍ଚ୍ଚ ୭ରୁ ୯ ତାରିଖ ପର୍ଯ୍ୟନ୍ତ ମହିଳାଙ୍କ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ବିଷୟରେ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ମହିଳାଙ୍କ ଜୀବନର ସମସ୍ତ ପର୍ଯ୍ୟାୟରେ ହେଉଥିବା ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟର ଯତ୍ନ ବାବଦରେ ବିଭିନ୍ନ ସଚେତନତାମୂଳକ ଭିଡିଓ ଓଡ଼ିଶାଲାଇଭ୍‌ ଏବଂ ସ୍ୱାସ୍ଥ୍ୟପ୍ଲସର ସୋସିଆଲ ଚ୍ୟାନେଲରେ ପ୍ରସାରଣ କରାଯାଉଛି। ବିଶିଷ୍ଟ ଡାକ୍ତରମାନଙ୍କର ସାକ୍ଷାତକାରକୁ ଆଧାର କରି ଏହି ଭିଡିଓ ପ୍ରସ୍ତୁତ କରାଯାଇଛି।

Tags: #InternationalWomensDay2024 #Celebration #WomenPower #HealthAwareness #DoctorsAdvice

Comment