ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ
ମହିଳାଙ୍କ ପ୍ରତି ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଉଛି। ମହିଳାଙ୍କ ଅଧିକାର, ସମାଜରେ ସମାନତା ପାଇଁ ସଚେତନତା ସୃଷ୍ଟି କରିବା ହିଁ ଏହି ଦିବସର ମୂଳ ଲକ୍ଷ୍ୟ ରହିଛି।
ପ୍ରତ୍ୟେକ ମହିଳା ନିଜ ସ୍ୱାସ୍ଥ୍ୟ ପ୍ରତି ଯତ୍ନ ନେବା ଆବଶ୍ୟକ। ସୁସ୍ଥ ରହିବା ପାଇଁ ଜଣେ ମହିଳା ନିଜ ଖାଦ୍ୟପେୟ ଉପରେ ଧ୍ୟାନ ଦେବା ଜରୁରୀ। ଅଧିକାଂଶ ସମୟରେ ମହିଳାମାନେ କାର୍ଯ୍ୟବ୍ୟସ୍ତତା ଯୋଗୁଁ ସଠିକ ସମୟରେ ଖାଇପାରନ୍ତି ନାହିଁ ବା ଉଚିତ ପୋଷଣ ଖାଦ୍ୟରେ ସାମିଲ କରିପାରନ୍ତି ନାହିଁ। ଫଳରେ ମହିଳାଙ୍କଠାରେ ରକ୍ତହୀନତା, କ୍ୟାଲସିୟମ୍ ଅଭାବ ଭଳି ସମସ୍ୟା ଦେଖାଦେଇଥାଏ।
ମହିଳାମାନେ ସୁସ୍ଥ ରହିବା ପାଇଁ କ’ଣ ଖାଇବା ଦରକାର, ଆସନ୍ତୁ ଏ ବିଷୟରେ ଡାଏଟିସିଆନ୍ ଯସ୍ମିନ୍ ହବିବ୍ଙ୍କଠାରୁ ଜାଣିବା।
ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆଇଏଫ୍ଆଇ ଫାଉଣ୍ଡେସନ, ସ୍ୱାସ୍ଥ୍ୟପ୍ଲସ୍ ଏବଂ ଓଡ଼ିଶାଲାଇଭ୍ର ମିଳିତ ଆନୁକୂଲ୍ୟରେ ମାର୍ଚ୍ଚ ୭ରୁ ୯ ତାରିଖ ପର୍ଯ୍ୟନ୍ତ ମହିଳାଙ୍କ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ବିଷୟରେ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ମହିଳାଙ୍କ ଜୀବନର ସମସ୍ତ ପର୍ଯ୍ୟାୟରେ ହେଉଥିବା ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟର ଯତ୍ନ ବାବଦରେ ବିଭିନ୍ନ ସଚେତନତାମୂଳକ ଭିଡିଓ ଓଡ଼ିଶାଲାଇଭ୍ ଏବଂ ସ୍ୱାସ୍ଥ୍ୟପ୍ଲସର ସୋସିଆଲ ଚ୍ୟାନେଲରେ ପ୍ରସାରଣ କରାଯାଉଛି। ବିଶିଷ୍ଟ ଡାକ୍ତରମାନଙ୍କର ସାକ୍ଷାତକାରକୁ ଆଧାର କରି ଏହି ଭିଡିଓ ପ୍ରସ୍ତୁତ କରାଯାଇଛି।
Tags: #InternationalWomensDay2024 #Celebration #WomenPower #HealthyDiet #HealthAwareness #DoctorsAdvice