ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ମାର୍ଚ୍ଚ ୧୯ ଓ ୨୦ ତାରିଖରେ କାଳବୈଶାଖୀ ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

କାଳବୈଶାଖୀ ପ୍ରଭାବରେ କିଛି ଜିଲ୍ଲାରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବା ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ଦେବଗଡ଼, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏହି ଜିଲ୍ଲାଗୁଡ଼ିକ ମଧ୍ୟରୁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବା ନେଇ ପୂର୍ବାନୁମାନ କରାଯାଇଛି।

ସେହିପରି ମାର୍ଚ୍ଚ ୧୯ରୁ ୨୦ ତାରିଖ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ରାଜ୍ୟର ୧୪ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ କଳାହାଣ୍ଡି। ଅନ୍ୟ ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ମାର୍ଚ୍ଚ ୧୯ରୁ ୨୦ ତାରିଖ ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଜଗତସିଂହପୁର, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବା ନେଇ ପୂର୍ବାନୁମାନ କରାଯାଇଛି।

ଏହି ସମୟରେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ଅନୁଗୁଳ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ବିଜୁଳ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Tags: #WeatherUpdates #Weather #Rainfall #Thunderstorm #Lightning #Odisha

Comment