ଓଡ଼ିଶାଲାଇଭ୍ ବ୍ୟୁରୋ

କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେୁ ବଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଜାରି ରହିଛି। ଆଗାମୀ ଦୁଇ ଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ କେତେକ ଜିଲ୍ଲାରୁ ୟେଲୋ ଏବଂ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

କାଳବୈଶାଖୀ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବା ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଥିବା ଆକଳନ କରିଛି ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ମଙ୍ଗଳବାର ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ଦେବଗଡ଼, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ଆଜି ସକାଳଠାରୁ ଆକାଶ ମେଘାଚ୍ଛନ୍ନ ରହିବା ସହ ମଧ୍ୟାହ୍ନରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆରମ୍ଭ ହୋଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କଟକ, ନୟାଗଡ଼, କନ୍ଧମାଳ, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହା ବ୍ୟତୀତ ଅନ୍ୟ ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ସେହିପରି ମାର୍ଚ୍ଚ ୨୦ରୁ ୨୧ ତାରିଖ ମଧ୍ୟରେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବା ନେଇ ପୂର୍ବାନୁମାନ କରାଯାଇଛି।

ଏହା ବ୍ୟତୀତ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #WeatherUpdates #Weather #Rainfall #Thunderstorm #Lightning #Odisha

Comment