ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି, ଶୁକ୍ରବାରଠାରୁ ଆରମ୍ଭ ହେଉଛି ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ। ମାର୍ଚ୍ଚ ୨୨ ତାରିଖରୁ ପ୍ରଥମ ପର୍ଯ୍ୟାୟ ମୂଲ୍ୟାଙ୍କନ ଆରମ୍ଭ ହୋଇ ଆସନ୍ତା ଏପ୍ରିଲ ୨ ତାରିଖ ଯାଏଁ ଚାଲିବ।

ଖାତା ମୂଲ୍ୟାୟନ ପାଇଁ ୬୯ଟି ଅଫ୍ ଲାଇନ ଓ ୪୧ଟି ଅନଲାଇନ ସେଣ୍ଟର କରାଯାଇଛି। ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ ପାଇଁ ନିୟୋଜିତ ହୋଇଛନ୍ତି ମୋଟ ୨୮ ଶହ ଅଧ୍ୟାପକ ଓ ଅଧ୍ୟାପିକା। ସେହିପରି ଦ୍ଵିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଏପ୍ରିଲ ୪ରୁ ୧୫ ତାରିଖ ଯାଏଁ ଚାଲିବ।

ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ଫଳାଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ।

ଗତ ଫେବ୍ରୁଆରି ୧୬ ତାରିଖରେ ଓଡ଼ିଶାରେ ଯୁକ୍ତ ୨ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୦ ତାରିଖରେ ଶେଷ ହୋଇଥିଲା। ଚଳିତ ବର୍ଷ ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାରେ ପରୀକ୍ଷା ଦେଇଛନ୍ତି ପ୍ରାୟ ୩ ଲକ୍ଷ ୮୬ ହଜାର ୨୫୦ ଜଣ ଛାତ୍ରଛାତ୍ରୀ।

ଯୁକ୍ତ ୨ କଳାରେ ୨ ଲକ୍ଷ ୩୭ ହଜାର ୭୫୦, ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦, ବାଣିଜ୍ୟରେ ୨୬ ହଜାର ୮୯ ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୭୯୧ ଜଣ ପରୀକ୍ଷା ଦେଇଛନ୍ତି।

Tags: #Examination #+2Exam #Odisha #Education #Examination

Comment