ଓଡ଼ିଶାଲାଇଭ୍ ବ୍ୟୁରୋ

This image has an empty alt attribute; its file name is Heat-wave1-750x430.jpg

ଓଡ଼ିଶାରେ ଆଗକୁ ଅସହ୍ୟ ହେବ ତାପମାତ୍ରା। ଆଗାମୀ ଦୁଇରୁ ତିନିଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ଟପିବାର ସମ୍ଭାବନା ରହିଛି।

ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ମାର୍ଚ୍ଚ ଶେଷ ବେଳକୁ କେତେକ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ଆଗାମୀ ଦିନରେ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଥିବାରୁ ବାହାରକୁ ଯିବା ସମୟରେ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟବାସୀଙ୍କୁ ପରାମର୍ଶ ଦିଆଯାଇଛି।

Tags: #WeatherUpdate #Weather #Odisha #Temperature #MeteorologicalCentre

LEAVE A REPLY

Please enter your comment!
Please enter your name here