ଓଡ଼ିଶାଲାଇଭ୍ ବ୍ୟୁରୋ

ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ସୁରେନ୍ଦ୍ର ସିଂ ଭୋଇ ଶୁକ୍ରବାର ଦିନ ବିଜେଡିରେ ଯୋଗ ଦେଇଛନ୍ତି। ନିଜ ସମର୍ଥକଙ୍କ ସହ ଶୁକ୍ରବାର ଦିନ ଶଙ୍ଖ ଭବନକୁ ଯାଇ ମନ୍ତ୍ରୀ ଟୁକୁନି ସାହୁ ଓ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ପ୍ରମୁଖଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି।

ସୁରେନ୍ଦ୍ର ସିଂହ ଭୋଇ ଗୁରୁବାର ଦିନ ବଲାଙ୍ଗିର ଜିଲ୍ଲା କଂଗ୍ରେସ କମିଟିର ସଭାପତି ପଦରୁ ଇସ୍ତଫା ଦେଇଥିଲେ। ନିଜ ଇସ୍ତଫା ପତ୍ର ସେ ଓଡ଼ିଶା ପିସିସି ସଭାପତିଙ୍କ ଜରିଆରେ ଅଖିଳ ଭାରତୀୟ କଂଗ୍ରେସ କମିଟିର ଅଧ୍ୟକ୍ଷଙ୍କ ନିକଟକୁ ପଠାଇଥିଲେ।

ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ସହିତ ଦୀର୍ଘ ୩୮ ବର୍ଷ ଧରି ଜାଡ଼ିତ ଥିଲେ। କଂଗ୍ରେସ ଟିକେଟରେ ନିର୍ବାଚନ ଲଢ଼ି ସେ ୧୯୯୫ରୁ ୨୦୦୪ ମସିହା ପର୍ଯ୍ୟନ୍ତ ସଇଁତଳାରୁ ବିଧାୟକ ହୋଇଥିଲେ। ସେହିପରି ୨୦୦୯ରୁ ୨୦୧୪ ଯାଏଁ ଟିଟିଲାଗଡ଼ର ବିଧାୟକ ଥିଲେ। କଂଗ୍ରେସ ସରକାରରେ ସେ ଜଙ୍ଗଲ ଓ ପରିବେଶ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ମନ୍ତ୍ରୀ ଥିଲେ।

Tags: #Politics #OdishaPolitics #SurendraSinghBhoi #Congress #BJD #Odisha #Balangir

Comment