ଓଡ଼ିଶାଲାଇଭ୍ ବ୍ୟୁରୋ

ବିଜେପିରୁ ଇସ୍ତଫା ଦେଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ। ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସୁକାନ୍ତ ନାୟକ ଶୁକ୍ରବାର ଦିନ ରାଜ୍ୟ ବିଜେପି ସଭାପତିଙ୍କୁ ନିଜ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି।

ପୂର୍ବରୁ ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ଯୋଗ ଦେଇଥିଲେ ସୁକାନ୍ତ ନାୟକ। ୨୦୧୪ରେ ବିଜେଡି ଟିକେଟରୁ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। କିନ୍ତୁ ୨୦୧୯ରେ ଦଳରୁ ଟିକେଟ ନମିଳିବାରୁ ସେ ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିଲେ।

୨୦୧୯ରେ ବିଜେପି ଟିକେଟରେ ନିର୍ବାଚନ ଲଢ଼ି ସୁକାନ୍ତ ନାୟକ ନୀଳଗିରିର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସାଧାରଣ ନିର୍ବାଚନ ପୂର୍ବରୁ ପୁଣି ସେ ବିଜେପିରୁ ଇସ୍ତଫା ଦେଇଛନ୍ତି। ସୁକାନ୍ତ ପୁଣି ବିଜେଡିରେ ଯୋଗ ଦେବା ନେଇ ଚର୍ଚ୍ଚା ହେଉଛି।

ବର୍ତ୍ତମାନ ସୁଦ୍ଧା ବିଜେଡି ନୀଳଗିରି ପାଇଁ ବିଧାନସଭା ପ୍ରାର୍ଥୀ ଘୋଷଣା କରିନାହିଁ। ଯଦି ସୁକାନ୍ତ ନାୟକ ବିଜେଡିରେ ପୁଣି ଯୋଗ ଦିଅନ୍ତି, ତେବେ ତାଙ୍କୁ ବିଜେଡି ପ୍ରାର୍ଥୀ କରିପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।

Tags: #Politics #OdishaPolitics #SukantNayak #BJP #Odisha #NilagiriMLA

Comment