ଓଡ଼ିଶାଲାଇଭ୍ ବ୍ୟୁରୋ

ଏବେଠୁ କଲବଲ କଲାଣି ତାତି, ଆଗକୁ ଆହୁରି ବଢ଼ିବାର ସମ୍ଭାବନା ରହିଛି। ଶନିବାର ଦିନ ରାଜ୍ୟରେ ୪୧ ଡିଗ୍ରୀ ଛୁଇଁଛି ତାପମାତ୍ରା। ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବା ରେକର୍ଡ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଗାମୀ ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରରେ ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବାର ସମ୍ଭାବନା ରହିଥିବା ଆକଳନ କରିଛି ପାଣିପାଗ କେନ୍ଦ୍ର। ଏହି ସମୟ ମଧ୍ୟରେ ରାତିର ତାପମାତ୍ରାରେ ମଧ୍ୟ ବୃଦ୍ଧି ହେବାର ସମ୍ଭାବନା ରହିଛି।

ଶନିବାର ଦିନ ମାଲକାନଗିରିରେ ସର୍ବାଧିକ ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଏହା ସହ ବୌଦ୍ଧ ଓ ଟିଟିଲାଗଡ଼ରେ ତାପମାତ୍ରା ୪୦.୫ ଡିଗ୍ରୀ, ବଲାଙ୍ଗିରରେ ୪୦.୨ ଡିଗ୍ରୀ ଏବଂ ନୟାଗଡ଼ରେ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି କଟକରେ ୩୭.୬ ଡିଗ୍ରୀ ଏବଂ ଭୁବନେଶ୍ଵରରେ ୩୭ ଡିଗ୍ରୀ ତାପମାତ୍ରା ରେକର୍ଡ କରିଛି ପାଣିପାଗ କେନ୍ଦ୍ର।

Tags: #Weather #WeatherUpdate #Odisha #Temperature #HotWeather

LEAVE A REPLY

Please enter your comment!
Please enter your name here