ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତାକାଲି, ମଙ୍ଗଳବାରଠାରୁ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଦିନକୁ ଦିନ ତାପମାତ୍ରାରେ ବୃଦ୍ଧି ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ସକାଳ ୭ଟାରୁ ୧୧ଟା ୩୦ ଯାଏଁ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବାକୁ ନିର୍ଦ୍ଦେଶ ରହିଛି।

ଏପଟେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକରେ ଆବଶ୍ୟକ ପରିମାଣର ପିଇବା ପାଣି ଗଚ୍ଛିତ ରଖିବାକୁ କୁହାଯାଇଛି। ଏହା ସହ ଓଆରଏସ ପ୍ୟାକେଟ ରଖିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି।

ଏପ୍ରିଲ ୨ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ସକାଳ ୭ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ଖୋଲିବାକୁ ପୂର୍ବରୁ ନିର୍ଦ୍ଦେଶ ଜାରି କରାଯାଇଥିଲା। ଏହି ନିୟମ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଲାଗୁ ହେବ।

Tags: #Education #Anganwadi #MorningSchool #Odisha #HotWeather

Comment