ଓଡ଼ିଶାଲାଇଭ୍ ବ୍ୟୁରୋ

କଂଗ୍ରେସ ଛାଡ଼ିଲେ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା। ମଙ୍ଗଳବାର ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି।

ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରୁ କଂଗ୍ରେସ ଟିକେଟରେ ଦୁଇ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହି ଆସନରୁ ୧୯୮୫ରୁ ୧୯୯୦ ଓ ୧୯୯୫ରୁ ୨୦୦୦ ମସିହା ପର୍ଯ୍ୟନ୍ତ ସେ ବିଧାୟକ ରହିଥିଲେ।

ଏହାପରେ ୨୦୦୦, ୨୦୦୪, ୨୦୦୯, ୨୦୧୯ରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ କେନ୍ଦ୍ରାପଡ଼ା ଆସନରୁ ପ୍ରାର୍ଥୀ ହୋଇ ପରାସ୍ତ ହୋଇଥିଲେ ଗଣେଶ୍ୱର ବେହେରା। ତେବେ ସେ ରାଜ୍ୟ କଂଗ୍ରେସର ବିଭିନ୍ନ କମିଟିରେ ସଦସ୍ୟ ଥିଲେ।

ତେବେ ଗଣେଶ୍ୱର ବେହେରା ଅନେକ ଦିନରୁ କଂଗ୍ରେସର ବିଭିନ୍ନ କାର୍ଯ୍ୟକ୍ରମରୁ ଦୂରେଇ ରହୁଥିଲେ। ପ୍ରାୟ ବର୍ଷେ ହେବ ସେ ବିଜେଡି ସହ ଯୋଗାଯୋଗରେ ଥିବା କୁହାଯାଉଛି। ତେବେ କଂଗ୍ରେସ ଛାଡ଼ିବା ପରେ ଗଣେଶ୍ଵରଙ୍କ ଆଗାମୀ ପଦକ୍ଷେପ କ’ଣ ରହିବ ସେନେଇ କିଛି ସ୍ପଷ୍ଟ ହୋଇନାହିଁ।

Tags: #GaneshwarBehera #Congress #Politics #Kendrapara

LEAVE A REPLY

Please enter your comment!
Please enter your name here