ଓଡ଼ିଶାଲାଇଭ୍ ବ୍ୟୁରୋ

(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍। ଏହି ଦୁର୍ଘଟଣାରେ ପ୍ରାୟ ୨୦ ଜଣ ଯାତ୍ରୀ ଆହତ ହୋଇ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

ଅନୁଗୁଳରୁ ଯାତ୍ରୀଙ୍କୁ ଧରି ଗୋଟିଏ ବସ୍ ପଶ୍ଚିମବଙ୍ଗର ମୁର୍ସିଦାବାଦ ଅଭିମୁଖେ ଯାଉଥିଲା। ସୋମବାର ଦିନ ବସଟି ବାଙ୍ଗିରିପୋଷି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣା ଯୋଗୁଁ ପ୍ରାୟ ୨୦ ଜଣ ଯାତ୍ରୀ ଆହତ ହେଇଛନ୍ତି।

ଦୁର୍ଘଟଣା ଖବର ପାଇ ସ୍ଥାନୀୟ ପୋଲିସ ଏବଂ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିଥିଲେ। ଏହି ଦୁର୍ଘଟଣାରେ ବସ୍ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ ଚିକିତ୍ସା ପାଇଁ ବାଙ୍ଗିରିପୋଷି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Tags: #Accident #Mayurbhanj #Odisha #Bangiriposi

Comment