ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି, ବୁଧବାର ଦିନ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କର ବନକଲାଗି ନୀତି କରିବେ। ଦ୍ଵିତୀୟ ଭୋଗମଣ୍ଡ ପରେ ଦତ୍ତମହାପାତ୍ର ସେବକମାନେ ବଡ଼ଠାକୁରଙ୍କ ଶ୍ରୀମୁଖ ଶିଙ୍ଗାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ।

ବନକଲାଗି ନୀତି ପାଇଁ ପହୁଡ଼ ଆଳତି ପରେ ଜୟ-ବିଜୟ ଦ୍ଵାର ବନ୍ଦ କରାଯାଇଥାଏ। ଏହାପରେ ଦତ୍ତମହାପାତ୍ର ସେବକମାନେ ବନକ ପେଡ଼ି ସହ ରତ୍ନ ସିଂହାସନକୁ ଉଠି ବନକଲାଗି କରିଥାନ୍ତି। ବନକଲାଗି ପାଇଁ ୩ ଖଣ୍ଡ ଶ୍ରୀକପଡ଼ା ଏବଂ ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ରଙ୍ଗ ବ୍ୟବହାର କରାଯାଇଥାଏ।

ବନକଲାଗି ନୀତି ସରିବା ପରେ ପୂଜାପଣ୍ଡା ସେବକମାନେ ତଳେ ବସି ବଡ଼ଠାକୁରଙ୍କୁ ପଞ୍ଚାମୃତରେ ମହାସ୍ନାନ କରାଇଥାନ୍ତି। ଏହାପରେ ମହାପ୍ରଭୁ ଦର୍ଶନ ଦେଇଥାନ୍ତି।

Tags: #Srimandir #BanakalagiRitual #SriJagannath #Tradition #Culture #Puri

LEAVE A REPLY

Please enter your comment!
Please enter your name here