ଓଡ଼ିଶାଲାଇଭ୍ ବ୍ୟୁରୋ

(ବୌଦ୍ଧରୁ ଦେବବ୍ରତ ଦାଶ): ମହଙ୍ଗା ପଡ଼ିଲା ନିର୍ବାଚନ ରାଲି। ରାଜନୈତିକ ଦଳର ରାଲିରେ ଯୋଗଦେଇ ନିଲମ୍ବିତ ହେଲେ ବୌଦ୍ଧ ଜିଲ୍ଲା ଦହ୍ୟା ସରକାରୀ ନୋଡାଲ ହାଇସ୍କୁଲର ସହକାରୀ ଶିକ୍ଷୟିତ୍ରୀ ସଂଘମିତ୍ରା ମଲ୍ଲିକ। ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବା ବେଳେ ଦଳୀୟ ରାଲିରେ ଯୋଗ ଦେଇଥିବାରୁ ଜିଲ୍ଲା ନିର୍ବାଚନ ଅଧିକାରୀ ତାଙ୍କୁ ନିଲମ୍ବିତ କରିଛନ୍ତି।

ଗତ ଦୁଇଦିନ ତଳେ ବୌଦ୍ଧ ଜିଲ୍ଲା କଣ୍ଟାମାଲ ନିର୍ବାଚନ ମଣ୍ଡଳୀ ପଲଶପାଟଠାରୁ ଆମ୍ବଗାଁ ପର୍ଯ୍ୟନ୍ତ ଏକ ରାଜନୈତିକ ଦଳ ପକ୍ଷରୁ ବିଶାଳ ବାଇକ ରାଲି ଅନୁଷ୍ଠିତ ହୋଇଥିଲା। ଏହି ରାଲିରେ ବୌଦ୍ଧ ବ୍ଲକ ଦହ୍ୟା ନୋଡାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସଂଘମିତ୍ରା ମଲ୍ଲିକ ଯୋଗ ଦେଇଥିବା ଅଭିଯୋଗ ହୋଇଥିଲା।

ସରକାରୀ ଅଧିକାରୀମାନେ କୌଣସି ରାଜନୈତିକ ଦଳର କାର୍ଯ୍ୟକ୍ରମରେ ଯୋଗ ଦେଇପାରିବେ ନାହିଁ ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ନିର୍ଦ୍ଦେଶର ଖିଲାପ ହେବାରୁ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରାଯାଇଛି।

Tags: #Politics #OdishaPolitics #TeacherSuspended #Boudh #ElectionRally

LEAVE A REPLY

Please enter your comment!
Please enter your name here