ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାକୁ ପୁଣି ଫେରିଲା ତାତି। ଆଗକୁ ତାପମାତ୍ରାରେ ଆହୁରି ବୃଦ୍ଧି ହେବା ନେଇ ଆକଳନ କରିଛି ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ତିନି ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ହିଟଓ୍ଵେଭ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆଗାମୀ ଦିନରେ ତାପମାତ୍ରାରେ ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି। ଏପ୍ରିଲ ୧୪ ତାରିଖରେ ବୌଦ୍ଧ, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା ଏବଂ କଟକକୁ ହିଟଓ୍ଵେଭ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏପ୍ରିଲ ୧୫ ତାରିଖରେ ହିଟଓ୍ଵେଭ ପାଇଁ ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, କୋରାପୁଟ ଓ ମାଲକାନଗିରିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ଏପ୍ରିଲ ୧୬ ତାରିଖ ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, କୋରାପୁଟ, ମାଲକାନଗିରି, କନ୍ଧମାଳ, ବୌଦ୍ଧ, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦୁଝର ଓ ଯାଜପୁରକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Tags: #Weather #WeatherUpdates #Odisha #HeatWave #HotWeather #WarningForHeatWave

LEAVE A REPLY

Please enter your comment!
Please enter your name here