ଓଡ଼ିଶାଲାଇଭ୍ ବ୍ୟୁରୋ

(ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ-ଫୁଲବାଣୀ ଗେଟାମୁଣ୍ଡା ଘାଟି ଉପରେ ଯାତ୍ରୀବାହୀ ବସ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୩୦ ଜଣ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କର ମଧ୍ୟରୁ ଦୁଇଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

ପ୍ରାୟ ୫୦ ଜଣ ଯାତ୍ରୀଙ୍କୁ ଧରି ଏକ ଘରୋଇ ବସ୍ ବୌଦ୍ଧରୁ ବାଲିଗୁଡ଼ା ଅଭିମୁଖେ ଯାଉଥିଲା। ଏହି ସମୟରେ ବୌଦ୍ଧ-କନ୍ଧମାଳ ସୀମାନ୍ତ ରାଣୀପଥର ସ୍ଥିତ ଗେଟାମୁଣ୍ଡା ଘାଟିରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସହ ବସର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ପ୍ରାୟ ୩୦ ଜଣ ଯାତ୍ରୀ ଆହତ ହୋଇଥିଲେ।

ଦୁର୍ଘଟଣା ଖବର ପାଇ ଚାରିଛକ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିଥିଲେ। ଗୁରୁତର ଆହତମାନଙ୍କୁ ଚିକିତ୍ସା ପାଇଁ ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Tags: #Accident #RoadAccident #BusAndTruckAccident #Boudh #Odisha

LEAVE A REPLY

Please enter your comment!
Please enter your name here