ଓଡ଼ିଶାଲାଇଭ୍ ବ୍ୟୁରୋ

ଅସହ୍ୟ ଗ୍ରୀଷ୍ମ ପ୍ରବାହ ପାଇଁ ତିନିଦିନ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଏବଂ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ଏପ୍ରିଲ ୧୮ରୁ ୨୦ ତାରିଖ ଯାଏଁ ଓଡ଼ିଶାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର।

ଏପ୍ରିଲ ୧୮ରୁ ୨୦ ତାରିଖ ମଧ୍ୟରେ ସକ୍ରିୟ ଗ୍ରୀଷ୍ମ ଲହରୀ ଶିଖର ଛୁଇଁବା ସହ ରାଜ୍ୟରେ ସର୍ବାଧିକ ତାପମାତ୍ରା ୪୫ ଡିଗ୍ରୀ ରହିବା ନେଇ ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ କରିଛି। ଏହା ପରେ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।

ଆଗାମୀ ୪ ଦିନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ବିଭିନ୍ନ ଜିଲ୍ଲାକୁ ଚେତାବନୀ ଜାରି କରାଯାଇଛି। ମଙ୍ଗଳବାର ଦିନ ବାରିପଦାରେ ସର୍ବାଧିକ ତାପମାତ୍ରା ୪୩.୬ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ବୁଧବାର ଦିନ ୨ଟା ୩୦ ସୁଦ୍ଧା ବାରିପଦାରେ ସର୍ବାଧିକ ତାପମାତ୍ରା ୪୪ ଡିଗ୍ରୀ ରେକର୍ଡ କରାଯାଇଛି। ଆଗାମୀ ଦିନରେ ତାପମାତ୍ରାରେ ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Tags: #SchoolClose #Odisha #OdishaGovt #HeatWave #HotWeather

LEAVE A REPLY

Please enter your comment!
Please enter your name here