ଓଡ଼ିଶାଲାଇଭ୍ ବ୍ୟୁରୋ

ଅସହ୍ୟ ରୌଦ୍ରତାପରେ ଜଳୁଛି ସାରା ଓଡ଼ିଶା। ଆଜି, ଗୁରୁବାର ଦିନ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଲା ରାଜଧାନୀ ଭୁବନେଶ୍ଵର। ଦିନ ୨ଟା ୩୦ ସୁଦ୍ଧା ଏଠାରେ ସର୍ବାଧିକ ତାପମାତ୍ରା ୪୩.୬ ଡିଗ୍ରୀ ରେକର୍ଡ କରାଯାଇଛି। ଆଗକୁ ଆହୁରି ତାପମାତ୍ରାରେ ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଜି ଝାରସୁଗୁଡ଼ା ଏବଂ ବାଲେଶ୍ଵରର ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିଥିବାବେଳେ ସମ୍ବଲପୁର, ହୀରାକୁଦ ଏବଂ ଚାନ୍ଦବାଲିର ତାପମାତ୍ରା ୪୧ ଡଗ୍ରୀ ଟପିଛି। ଏପ୍ରିଲ ୨୨ ତାରିଖ ଯାଏଁ ତାପମାତ୍ରରେ ଆହୁରି ବୃଦ୍ଧି ହେବା ନେଇ ଆକଳନ କରାଯାଇଛି।

ଆସନ୍ତା ୪ ଦିନ ଓଡ଼ିଶାକୁ କଲବଲ କରିବ ଅସହ୍ୟ ଖରା ସାଙ୍ଗକୁ ଗୁଳୁଗୁଳି। ଏପ୍ରିଲ ୧୯ ତାରିଖରେ ହିଟଓ୍ଵେଭ ପାଇଁ କେନ୍ଦୁଝର, କନ୍ଧମାଳ, କୋରାପୁଟ, ମାଲକାନଗିରି, ବୌଦ୍ଧ, ଗଜପତି ଏବଂ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଖୋର୍ଦ୍ଧା, କଟକ, ଜଗତସିଂହପୁର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ ଏବଂ ଯାଜପୁର ଜିଲ୍ଲାକୁ ହିଟଓ୍ଵେଭ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଏପ୍ରିଲ ୨୦ ତାରିଖ ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା ଢେଙ୍କାନାଳ, ନୂଆପଡ଼ା, ଅନୁଗୁଳ, ନୟାଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାକୁ ହିଟଓ୍ଵେଭ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। କୋରାପୁଟ, ମାଲକାନଗିରି, ସୋନପୁର, ବଲାଙ୍ଗିର ଏବଂ କଳାହାଣ୍ଡିକୁ ହିଟଓ୍ଵେଭ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ଏପ୍ରିଲ ୨୧ ତାରିଖ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଭଦ୍ରକ, ଯାଜପୁର, ଢେଙ୍କାନାଳ, ନୟାଗଡ଼, କଟକ, ଖୋର୍ଦ୍ଧା, ବୌଦ୍ଧ, କନ୍ଧମାଳ ଏବଂ ବାଲେଶ୍ଵର ଜିଲ୍ଲାକୁ ହିଟଓ୍ଵେଭ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏପ୍ରିଲ ୨୨ ତାରିଖ ଖୋର୍ଦ୍ଧା, କଟକ, ଜଗତସିଂହପୁର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ ଏବଂ ଯାଜପୁର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସଦ୍ୟ ଗୁଳୁଗୁଳି ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Tags: #Weather #WeatherUpdates #HeatWave #HotWeather #WarningForHeatWave

LEAVE A REPLY

Please enter your comment!
Please enter your name here