ଓଡ଼ିଶାଲାଇଭ୍ ବ୍ୟୁରୋ

ପ୍ରଚଣ୍ଡ ଖରାରେ ଜଳୁଛି ସାରା ଓଡ଼ିଶା। ଅଂଶୁଘାତ ଯୋଗୁଁ ଜଣଙ୍କର ମୃତ୍ୟୁ ହୋଇଥିବା ଶୁକ୍ରବାର ଦିନ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣକ ବାଲେଶ୍ୱରର ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ମୋଟ ୭୧ ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୫ ଜଣ ରହିଛନ୍ତି। ସେହିପରି ମୟୂରଭଞ୍ଜ ଜିଲ୍ଲାରୁ ୭ ଜଣ ଓ ଅନୁଗୁଳରୁ ୭ ଜଣ ଅଂଶୁଘାତ ଯୋଗୁଁ ଆକ୍ରାନ୍ତ ହୋଇଛନ୍ତି। ଭୁବନେଶ୍ଵରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ୬ ଜଣ ଚିକିତ୍ସିତ ହେଉଥିବା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଉପଯୁକ୍ତ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ସମସ୍ତ ପ୍ରସ୍ତୁତି କରାଯାଇଛି। ହସ୍ପିଟାଲଗୁଡ଼ିକରେ ଆବଶ୍ୟକ ଔଷଧ ମହଜୁଦ ରଖିବା ସହ ଆଇସିୟୁ ବେଡ ବ୍ୟବସ୍ଥା କରାଯାଇଥିବା ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି।

ଅତି ଆବଶ୍ୟକ ନଥିଲେ ବୟସ୍କ ବ୍ୟକ୍ତି, ବିଭିନ୍ନ ରୋଗରେ ଆକ୍ରାନ୍ତ ବ୍ୟକ୍ତି ଏବଂ ଗର୍ଭବତୀ ମହିଳା ବାହାରକୁ ଯିବାଲାଗି ବାରଣ କରାଯାଇଛି। ଏହା ସହ ଖରାରେ ବାହାରକୁ ଯାଉଥିଲେ ସାଙ୍ଗରେ ଛତା, ପାଣି ବୋତଲ ଆଦି ନେଇ ଯିବାକୁ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Tags: #Weather #WeatherUpdates #HeatWave #HotWeather #Death #WarningForHeatWave #Sunstroke

LEAVE A REPLY

Please enter your comment!
Please enter your name here