ଓଡ଼ିଶାଲାଇଭ୍ ବ୍ୟୁରୋ

(ଭୁବନେଶ୍ୱର): ଭୁବନେଶ୍ୱର ସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ପାଠ୍ୟକ୍ରମ ଶେଷ କରିଥିବା ଛାତ୍ରଛାତ୍ରୀଙ୍କୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର କମ୍ପାନିରେ ନିଯୁକ୍ତି ସୁଯୋଗ ଦିଆଯାଉଛି। ଏହି କ୍ରମରେ ୨୦୨୩-୨୪ ବ୍ୟାଚରେ ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ବିଭାଗରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀଙ୍କ ଭିତରୁ ୪୩ ଜଣ ଟାଟା ଷ୍ଟିଲ, ଆର୍ସେଲର ମିତ୍ତଲ/ନିପନ୍ ଷ୍ଟିଲ ଏବଂ ହିଣ୍ଡାଲକୋ ଭଳି ପ୍ରମୁଖ କମ୍ପାନିରେ ନିଯୁକ୍ତି ପାଇଛନ୍ତି।

ନିଯୁକ୍ତି ପାଇଥିବା ଛାତ୍ରଛାତ୍ରୀଙ୍କ ଭିତରେ ଟାଟା ଷ୍ଟିଲରେ ୩୭ ଜଣ, ଆର୍ସେଲର ମିତ୍ତଲ/ନିପନ୍ ଷ୍ଟିଲରେ ୩ ଜଣ ଏବଂ ହିଣ୍ଡାଲକୋରେ ୩ ଜଣ ଅଛନ୍ତି। ଏହି ଛାତ୍ରଛାତ୍ରୀମାନେ ଓଡ଼ିଶା ସମେତ ଦେଶର ବିଭିନ୍ନ ସ୍ଥାନରେ ରହି କାମ କରିବାର ସୁଯୋଗ ପାଇବେ। ଏଥିପାଇଁ ଛାତ୍ରଛାତ୍ରୀଙ୍କ ଭିତରେ ବିଶେଷ ଉତ୍ସାହ ଦେଖିବାକୁ ମିଳିଛି। ଏହି ସୁଯୋଗ ପାଇଁ ସେମାନେ ବିଶ୍ୱ ଦକ୍ଷତା କେନ୍ଦ୍ରକୁ ଧନ୍ୟବାଦ ଦେଇଛନ୍ତି।

ଏହି ଅବସରରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ସ୍କୁଲ ଅଫ୍ ଇଞ୍ଜିନିୟରିଂ ଏବଂ ସ୍କୁଲ ଅଫ୍ ସର୍ଭିସେସ୍ ବିଭାଗ ଅଧୀନରେ ମୋଟ ୭ଟି ଅତ୍ୟାଧୁନିକ ବିଷୟରେ ତାଲିମ ଦିଆଯାଉଛି। ଏଠାରୁ ତାଲିମ ଶେଷ କରିବା ପରେ ଛାତ୍ରଛାତ୍ରୀମାନଙ୍କୁ ନିଯୁକ୍ତି ସୁଯୋଗ ଦେବା ପାଇଁ ପ୍ରତିବର୍ଷ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ପ୍ଲେସମେଣ୍ଟ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।

Tags: #WorldSkillCenter #Bhubaneswar #Career #Employment #SkilledInOdisha

LEAVE A REPLY

Please enter your comment!
Please enter your name here