ଓଡ଼ିଶାଲାଇଭ୍ ବ୍ୟୁରୋ

ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ସାରା ଓଡ଼ିଶା। ଅସହ୍ୟ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳିଗୁଳି ଯୋଗୁଁ ଛଟପଟ ହେଉଛନ୍ତି ଲୋକ। ଆଗାମୀ ତିନିଦିନ ମଧ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ହେବା ନେଇ ସୂଚନା ଦେଇଛି ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଶୁକ୍ରବାର ଦିନ ଝାରସୁଗୁଡ଼ା ପାଲଟିଥିଲା ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର। ଏଠାରେ ସର୍ବାଧିକ ତାପମାତ୍ରା ୪୩.୮ ଡିଗ୍ରୀ ରେକର୍ଡ କରାଯାଇଛି। ସମ୍ବଲପୁର, କେନ୍ଦୁଝର, ଚାନ୍ଦବାଲି ଏବଂ ହୀରାକୁଦରେ ତାପମାତ୍ରା ୪୨ ଡିଗ୍ରୀ ଟପି ଥିବାବେଳେ ରାଉରକେଲା ଓ ଭୁବନେଶ୍ଵରରେ ତାପମାତ୍ରା ୪୧ ଡିଗ୍ରୀ ଉପରେ ରହିଛି।

ଆଗାମୀ ଦୁଇଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ପରବର୍ତ୍ତୀ ସମୟରେ କାଳବୈଶାଖୀ ପ୍ରଭାବରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର କହିଛି।

ଏପ୍ରିଲ ୨୦ରୁ ୨୧ ତାରିଖ ମଧ୍ୟରେ କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରି କରିଛି ପାଣିପାଗ କେନ୍ଦ୍ର।

ସେହିପରି ଏପ୍ରିଲ ୨୧ରୁ ୨୨ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ଵର ଯାଜପୁର ଓ ଭଦ୍ରକ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବହିବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏପ୍ରିଲ ୨୨ରୁ ୨୩ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସେହିପରି ଏପ୍ରିଲ ୨୩ରୁ ୨୪ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #Weather #WeatherUpdates #HeatWave #HotWeather #WarningForHeatWave #Thunderstorm #Lightning

Comment