ଓଡ଼ିଶାଲାଇଭ୍ ବ୍ୟୁରୋ

ଅସହ୍ୟ ତାତିରେ ଜଳୁଛି ସାରା ଓଡ଼ିଶା। ଆଗକୁ ତାପମାତ୍ରା ଆହୁରି ଅଣାୟତ ହେବ ବୋଲି ଚେତାବନୀ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏପ୍ରିଲ ୨୭ ତାରିଖ ଯାଏଁ ହିଟଓ୍ଵେଭ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏପ୍ରିଲ ୨୪ ତାରିଖ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ହିଟଓ୍ଵେଭ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏପ୍ରିଲ ୨୫ ତାରିଖ ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ, ଗଞ୍ଜାମ, ଗଜପତି, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାକୁ ହିଟଓ୍ଵେଭ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଏପ୍ରିଲ ୨୬ ତାରିଖ ବେଳକୁ ତାତିର ପ୍ରକୋପ ଆହୁରି ବଢ଼ିବାର ସମ୍ଭାବନା ରହିଛି। ଏହିଦିନ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ନୟାନ୍ତ କରିବ। ଏପ୍ରିଲ ୨୬ ତାରିକ ହିଟଓ୍ଵେଭ ପାଇଁ ୨୩ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଓ ୪ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ସୋନପୁର, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ। ସେହିପରି ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ୪ ଜିଲ୍ଲା ହେଲା ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି।

ଏପ୍ରିଲ ୨୭ ଓ ୨୮ ତାରିଖରେ ହିଟଓ୍ଵେଭ ପାଇଁ କେବଳ କୋରାପୁଟକୁ ଛାଡ଼ି ରାଜ୍ୟର ଅନ୍ୟ ସମସ୍ତ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅତି ଆବଶ୍ୟକ ନଥିଲେ ଏହି ସମୟ ମଧ୍ୟରେ ଘରୁ ବାହାରକୁ ନଯିବା ଲାଗି ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ବାହାରକୁ ଯିବା ସମୟରେ ସତର୍କତା ଅବଲମ୍ବନ କରିବା ସହ ସାଙ୍ଗରେ ପାଣି ବୋତଲ ଏବଂ ଛତା ନେଇ ଯିବାକୁ କୁହାଯାଇଛି।

Tags: #Weather #WeatherNews #Odisha #HeatWave #HotWeather #HeatWaveWarning

Comment