ଓଡ଼ିଶାଲାଇଭ୍ ବ୍ୟୁରୋ

ଅସହ୍ୟ ଗ୍ରୀଷ୍ମ ପ୍ରବାହରେ ଜଳୁଛି ସାରା ଓଡ଼ିଶା। ଆସନ୍ତା ଏପ୍ରିଲ ୨୯ ତାରିଖ ଯାଏଁ ତାପମାତ୍ରାରେ ଆହୁରି ବୃଦ୍ଧି ହେବା ନେଇ ଆକଳନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ୪ ଦିନ ମଧ୍ୟରେ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବା ନେଇ ବିଭିନ୍ନ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଗୁରୁବାର ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୩.୬ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ଵର, ହୀରାକୁଦ ଏବଂ ସମ୍ବଲପୁରର ତାପମାତ୍ରା ୪୨.୨ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ କେନ୍ଦୁଝର, ଚାନ୍ଦବାଲି, ରାଉରକେଲା ଏବଂ ବାଲେଶ୍ଵରର ତାପମାତ୍ରା ୪୧ ଡିଗ୍ରୀ ଉପରେ ରହିଛି।

ସୁନ୍ଦରଗୁଡ଼, ସମ୍ବଲପୁର, ଝାରସୁଗୁଡ଼ା, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଏବଂ ନୂଆପଡ଼ା ଜିଲ୍ଲାକୁ ହିଟଓ୍ଵେଭ ପାଇଁ ଆରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲ୍ଲାକୁ ହିଟଓ୍ଵେଭ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ଏପ୍ରିଲ ୨୬ ତାରିଖ ତାପମାତ୍ରାରେ ଆହୁରି ବୃଦ୍ଧି ହେବାର ସମ୍ଭାବନା ରହିଛି। ହିଟଓ୍ଵେଭ ପାଇଁ ମୟୂରଭଞ୍ଜ, ବାଲେଶ୍ଵର, ଢେଙ୍କାନାଳ, ଝାରସୁଗୁଡ଼ା, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ଦେବଗଡ଼, କେନ୍ଦୁଝର, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ଖୋର୍ଦ୍ଧା, ଅନୁଗୁଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼ ଏବଂ ମାଲକାନଗିରି ଜିଲ୍ଲାକୁ ହିଟଓ୍ଵେଭ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଏହା ସହ ଏପ୍ରିଲ ୨୭ ତାରିଖ ତାପମାତ୍ରାରେ ଆହୁରି ବୃଦ୍ଧି ହେବା ସହ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଢେଙ୍କାନାଳ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡ଼ା ଓ କନ୍ଧମାଳ ଜିଲ୍ଲାକୁ ହିଟଓ୍ଵେଭ ପାଇଁ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର ଏବଂ ମାଲକାନଗିରି ଜିଲ୍ଲାକୁ ହିଟଓ୍ଵେଭ ପାଇଁ ଆରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଆସନ୍ତା ଏପ୍ରିଲ ୨୮ ଏବଂ ୨୯ ତାରିଖ ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବା ସହ ଗୁଳୁଗୁଳି ଅସହ୍ୟ କରିବାର ସମ୍ଭାବନା ରହିଛି। ଏହି ଦୁଇଦିନ ହିଟଓ୍ଵେଭ ପାଇଁ ଆରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #Weather #WeatherNews #Odisha #HeatWave #HotWeather #HeatWaveWarning

LEAVE A REPLY

Please enter your comment!
Please enter your name here