ଓଡ଼ିଶାଲାଇଭ୍ ବ୍ୟୁରୋ

ଟକ୍ ଟକ୍ ଖରାରେ ଜଳୁଛି ସାରା ଓଡ଼ିଶା। ଆହୁରି ୪ ଦିନ ତାପମାତ୍ରାରେ ବୃଦ୍ଧି ହେବା ନେଇ ଆକଳନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଶୁକ୍ରବାର ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡ଼ା ପାଲଟିଛି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର। ଏଠାରେ ସର୍ବାଧିକ ତାପମାତ୍ରା ୪୩.୫ ଡିଗ୍ରୀ କେର୍ଡ କରାଯାଇଛି। ସମ୍ବଲପୁର ଓ ହୀରାକୁଦରେ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ରାଉରକେଲାରେ ୪୨ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି କେନ୍ଦୁଝର ୪୧.୮ ଡିଗ୍ରୀ, ଚାନ୍ଦବାଲିରେ ୪୧.୬ ଡିଗ୍ରୀ ଓ ବାଲେଶ୍ଵରରେ ତାପମାତ୍ରା ୩୯.୬ ଡିଗ୍ରୀ ରେକର୍ଡ କରିଛି ପାଣିପାଗ କେନ୍ଦ୍ର।

ଦିନ୧୧ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୦.୪ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ସମ୍ବଲପୁର ଓ କେନ୍ଦୁଝରରେ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଚାନ୍ଦବାଲି, ଭୁବନେଶ୍ଵର, ହୀରାକୁଦ ଓ ବାଲେଶ୍ଵରର ତାପମାତ୍ରା ୩୯ ଡିଗ୍ରୀ ଉପରେ ରହିଛି।

ଆଗାମୀ ୪ ଦିନ ତାପମାତ୍ରାରେ ଆହୁରି ୨ରୁ ୩ ପର୍ଯ୍ୟନ୍ତ ବଢ଼ିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଏବଂ ନୂଆପଡ଼ା ଜିଲ୍ଲାକୁ ହିଟଓ୍ଵେଭ ପାଇଁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସମ୍ବଲପୁର, ଦେବଗଡ଼, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ହିଟଓ୍ଵେଭ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଏପ୍ରିଲ ୨୭ ତାରିଖ ହିଟଓ୍ଵେଭ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗିର, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମାଲକାନଗିରି, ବଲାଙ୍ଗିର ଜିଲ୍ଲାକୁ ହିଟଓ୍ଵେଭ ପାଇଁ ଆରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହା ସହ ପୁରୀ ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ସେହିପରି ଆସନ୍ତା ଏପ୍ରିଲ ୨୮ ତାରିଖ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା ଏବଂ କେନ୍ଦ୍ରାପଡ଼ା ଜିଲ୍ଲାକୁ ହିଟଓ୍ଵେଭ ପାଇଁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଦେବଗଡ଼, ବରଗଡ଼, ଜଗତସିଂହପୁର, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାକୁ ହିଟଓ୍ଵେଭ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଆସନ୍ତା ଏପ୍ରିଲ ୨୯ ଓ ୩୦ ତାରିଖ ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଏବଂ ନୂଆପଡ଼ା ଜିଲ୍ଲାକୁ ହିଟଓ୍ଵେଭ ପାଇଁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ବାଲେଶ୍ଵର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଦେବଗଡ଼, ସୋନପୁର, ବରଗଡ଼, ସମ୍ବଲପୁର, ବଲାଙ୍ଗିର, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ଆରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାକୁ ହିଟଓ୍ଵେଭ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Tags: #Weather #WeatherNews #Odisha #HeatWave #HotWeather #HeatWaveWarning

LEAVE A REPLY

Please enter your comment!
Please enter your name here