ଓଡ଼ିଶାଲାଇଭ୍ ବ୍ୟୁରୋ

ଟକ ଟକ ଖରାରେ ଜଳୁଛି ସାରା ଓଡ଼ିଶା। ପ୍ରଚଣ୍ଡ ରୌଦ୍ରତାପରେ ଆଉଟୁ ପାଉଟୁ ହେଉଛନ୍ତି ଲୋକେ। ଆହୁରି ୪ ଦିନ ତାତିରୁ ମୁକ୍ତି ମିଳିବ ନାହିଁ ବୋଲି ଚେତାବନୀ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସୋମବାର ଦିନ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା କେନ୍ଦୁଝର। ଦିନ ୨ଟା ୩୦ ସୁଦ୍ଧା ଏଠାରେ ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଝାରସୁଗୁଡ଼ାରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ସମ୍ବଲପୁରରେ ୪୨.୬ ଡିଗ୍ରୀ ରେକର୍ଡ କରାଯାଇଛି।

ହୀରାକୁଦ, ରାଉରକେଲା, ବାଲେଶ୍ଵର ଏବଂ ଭୁବନେଶ୍ଵରର ତାପମାତ୍ରା ୪୧ ଡିଗ୍ରୀ ଟପିଥିବା ବେଳେ ଚାନ୍ଦବାଲିର ତାପମାତ୍ରା ୪୦.୭ ଡିଗ୍ରୀ ରେକର୍ଡ କରାଯାଇଛି।

ଆଜି ହିଟଓ୍ଵେଭ ପାଇଁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଢେଙ୍କାନାଳ, ଅନୁଗୁଳ, କଟକ, ନୟାଗଡ଼ ଏବଂ ବୌଦ୍ଧ ଜିଲ୍ଲା ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ୧୮ଟି ଜିଲ୍ଲାକୁ ହିଟଓ୍ଵେଭ ପାଇଁ ରେଡ ଓ୍ଵାର୍ଣ୍ଣିଂ ଓ ୩ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏପ୍ରିଲ ୩୦ ତାରିଖ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, କଟକ, ଖୋର୍ଦ୍ଧା ଏବଂ ବୌଦ୍ଧ ଜିଲ୍ଲାକୁ ହିଟଓ୍ଵେଭ ପାଇଁ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବରଗଡ଼, କୋରାପୁଟ ଓ ପୁରୀ ଜିଲ୍ଲାକୁ ହିଟଓ୍ଵେଭ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବାବେଳେ ଅନ୍ୟ ସମସ୍ତ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ମେ’ ୧ ତାରିଖ ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାକୁ ହିଟଓ୍ଵେଭ ପାଇଁ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାକୁ ହିଟଓ୍ଵେଭ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କଳାହାଣ୍ଡି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ମେ’ ୨ ତାରିଖ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାକୁ ହିଟଓ୍ଵେଭ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ପୁରୀ, ଗଞ୍ଜାମ, ଗଜପତି ଓ କଳାହାଣ୍ଡି ଜିଲ୍ଲାକୁ ହିଟଓ୍ଵେଭ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ ଅତି ଆବଶ୍ୟକ ନଥିଲେ ବାହାରକୁ ନଯିବା ଲାଗି ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଯଦି ବାହାରକୁ ଯାଉଛନ୍ତି ତେବେ ସାଙ୍ଗରେ ଛତା ଏବଂ ପାଣି ବୋତଲ ଆଦି ସାଙ୍ଗରେ ନେବା ସହ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି।

Tags: #Weather #WeatherNews #Odisha #HeatWave #HotWeather #HeatWaveWarning

LEAVE A REPLY

Please enter your comment!
Please enter your name here