ଓଡ଼ିଶାଲାଇଭ୍ ବ୍ୟୁରୋ

ଡହ ଡହ ଖରାରେ ଜଳୁଛି ସାରା ଓଡ଼ିଶା। ମଙ୍ଗଳବାର ଦିନ ରାଜ୍ୟର ତାପମାତ୍ରା ୪୬ ଡିଗ୍ରୀ ଛୁଇଁଛି। ଆସନ୍ତା ମେ’ ୩ ତାରିଖ ଯାଏଁ ତାତିରେ ବ୍ରେକ ଲାଗିବ ନାହିଁ ବୋଲି ଚେତାବନୀ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ମଙ୍ଗଳବାର ଦିନ ଏପ୍ରିଲ ମାସର ସର୍ବୋଚ୍ଚ ଦିନ ତାପମାତ୍ରା ରେକର୍ଡ କରାଯାଇଛି। ବାଲେଶ୍ଵରର ତାପମାତ୍ରା ୪୬ ଡିଗ୍ରୀ ରେକର୍ଡ ହୋଇଛି। ଆଜି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି ବାଲେଶ୍ଵର। ଦ୍ଵିତୀୟରେ ରହିଛି ରାଜଧାନୀ ଭୁବନେଶ୍ଵର। ଏଠାରେ ତାପମାତ୍ରା ୪୫.୪ ଡିଗ୍ରୀ ରେକର୍ଡ କରାଯାଇଛି।

ସେହିପରି ଚାନ୍ଦବାଲି, ରାଉରକେଲା, ସମ୍ବଲପୁର ଓ କେନ୍ଦୁଝରର ତାପମାତ୍ରା ୪୩ ଡିଗ୍ରୀ ଟପିଥିବାବେଳେ ପୁରୀ, ଗୋପାଳପୁର ଓ ପାରାଦୀପର ତାପମାତ୍ରା ୩୩.୬ ଡିଗ୍ରୀ ରେକର୍ଡ କରିଛି ପାଣିପାଗ କେନ୍ଦ୍ର।

ମେ’ ୧ ତାରିଖ ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କଟକ ଓ ବୌଦ୍ଧ ଜିଲ୍ଲାକୁ ହିଟଓ୍ଵେଭ ପାଇଁ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଓ ମାଲକାନଗିରି ଜିଲ୍ଲାକୁ ଆରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହା ସହ କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ପୁରୀ ଜିଲ୍ଲାକୁ ହିଟଓ୍ଵେଭ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ସେହିପରି ମେ’ ୨ ତାରିଖ ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାକୁ ହିଟଓ୍ଵେଭ ପାଇଁ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ଢେଙ୍କାନାଳ, ନୟାଗଡ଼, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ବାଲେଶ୍ଵର ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା ଏବଂ ନବରଙ୍ଗପୁର ଜିଲ୍ଲାକୁ ୟେଲୋଶ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ମେ’ ୩ ତାରିଖ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଏବଂ ବୌଦ୍ଧ ଜିଲ୍ଲାକୁ ହିଟଓ୍ଵେଭ ପାଇଁ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ବାଲେଶ୍ଵର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ନୟାଗଡ଼, ବରଗଡ଼, ସୋନପୁର, ବଲାଙ୍ଗିର, ନୂଆପଡ଼ା ଏବଂ କଳାହାଣ୍ଡି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Tags: #Weather #WeatherNews #Odisha #HeatWave #HotWeather #HeatWaveWarning

LEAVE A REPLY

Please enter your comment!
Please enter your name here