ଓଡ଼ିଶାଲାଇଭ ପଲିଟିକାଲ ବ୍ୟୁରୋ

ହିଞ୍ଜିଳି ବିଧାନସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଙ୍ଗଳବାର ଦିନ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନବୀନ ପଟ୍ଟନାୟକ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

ପ୍ରାର୍ଥିପତ୍ର ଦାଖଲ କରିବା ପୂର୍ବରୁ ସେ ମା’ ତାରାତାରିଣୀଙ୍କ ଦର୍ଶନ କରି ଆଶୀର୍ବାଦ ନେଇଥିଲେ। ଷଷ୍ଠ ଥର ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ନବୀନ ପଟ୍ଟନାୟକ। ଚଳିତ ଥର ସେ ଦୁଇଟି ଆସନ ହିଞ୍ଜିଳି ଓ କଣ୍ଟାବାଞ୍ଜିରୁ ନିର୍ବାଚନ ଲଢ଼ିବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ, ଭି କେ ପାଣ୍ଡିଆନ, ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର, ଆସ୍କା ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁ ତଥା ଗଞ୍ଜାମ ଜିଲ୍ଲାର ଅନ୍ୟ ବିଜେଡି ପ୍ରାର୍ଥୀମାନେ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ ୨୦୦୦ ମସିହାରୁ ହିଞ୍ଜିଳିରୁ ବିଧାୟକ ରହିଆସିଛନ୍ତି। ସେ ୫ ଥର ହିଞ୍ଜିଳିରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିବାବେଳେ ଏହା ତାଙ୍କର ଷଷ୍ଠ ପାଳି।

Tags: #Politics #OdishaPolitics #AssemblyElections2024 #Odisha #BJD #NaveenPatnaik #Nomination

LEAVE A REPLY

Please enter your comment!
Please enter your name here