ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ

କଣ୍ଟାବାଞ୍ଜି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ଦିନ ନବୀନ ପଟ୍ଟନାୟକ ବିରାଟ ଶୋଭାଯାତ୍ରାରେ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପ୍ରଥମ ଥର ପାଇଁ ସେ କଣ୍ଟାବାଞ୍ଜିରୁ ନିର୍ବାଚନ ଲଢ଼ିବେ।

ଟିଟିଲାଗଡ଼ ସିଟି ହାଇସ୍କୁଲରୁ ଏକ ରୋଡ ସୋ’ରେ ନବୀନ ପଟ୍ଟନାୟକ ଆସି ଟିଟିଲାଗଡ଼ ଛକଠାରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ପ୍ରାର୍ଥିପତ୍ର ଦାଖଲ କରିବାକୁ ଯାଇଥିଲେ।

ଏହା ପୂର୍ବରୁ ସେ ଏପ୍ରିଲ ୩୦ ତାରିଖରେ ହିଞ୍ଜିଳି ବିଧାନସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଚଳିତ ଥର ନବୀନ ପଟ୍ଟନାୟକ ଦୁଇଟି ଆସନ ହିଞ୍ଜିଳି ଓ କଣ୍ଟାବାଞ୍ଜିରୁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି।

Tags: #Politics #OdishaPolitics #AssemblyElections2024 #Odisha #BJD #NaveenPatnaik #Nomination

Comment