ଓଡ଼ିଶାଲାଇଭ୍ ବ୍ୟୁରୋ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ କେତେକ ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହା ପ୍ରଭାବରେ ତାପମାତ୍ରା କମିବାର ସମ୍ଭାବନା ରହିଥିବା ଆକଳନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ଦୁଇଦିନ ପରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରାରେ ହ୍ରାସ ହେବାର ସମ୍ଭାବନା ରହିଛି।

ଶୁକ୍ରବାର ଦିନ ରାଜ୍ୟରେ ତାପମାତ୍ରା ୪୪ ଡିଗ୍ରୀ ଟପିଥିଲା। ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୪.୬ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ୭ଟି ସହରର ତାପମାତ୍ରା ୪୩ ଡିଗ୍ରୀ ଉପରେ ରହିଥିଲା।

Tags: #Weather #WeatherUpdates #HeatWave #HotWeather #Odisha

LEAVE A REPLY

Please enter your comment!
Please enter your name here